Acts 2:11 — Compare Translations

7 translations compared side by side

Odia - 1840
"ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସମାନେେ ପରମେଶ୍ବରଙ୍କର ମହତ୍ ଓ ଆଶ୍ଚର୍ୟ୍ଯ ପୂର୍ଣ୍ଣ କାର୍ୟ୍ଯକୁ ଆମ୍ଭ ଭାଷା ରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କ୍ରୀତୀୟ ଓ ଆରବୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭେମାନେ ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ଵରଙ୍କ ମହତ୍ ମହତ୍ କର୍ମର କଥା କହିବା ଶୁଣୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି କେତେକ କ୍ରୀତ ଓ ଆରବୀୟ ଦେଶର ଲୋକ। ତଥାପି ଈଶ୍ୱର ଯେଉଁ ମହତ୍ ବିଷୟସବୁ ସାଧନ କରିଛନ୍ତି, ସେ ସମ୍ବନ୍ଧରେ ଆମେ ସମସ୍ତେ ସେମାନଙ୍କଠାରୁ ଆମ ନିଜ ନିଜ ଭାଷାରେ ଶୁଣିପାରୁଛୁ।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସେମାନେ ପରମେଶ୍ୱରଙ୍କର ମହତ୍ ଓ ଆଶ୍ଚର୍ଯ୍ୟ ପୂର୍ଣ୍ଣ କାର୍ଯ୍ୟକୁ ଆମ୍ଭ ଭାଷାରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କ୍ରୀତୀୟ ଓ ଆରବୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭେମାନେ ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ୱରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚೆ ಅನಿ ಜುದೆವಾಂಚೊ ಧರ್ಮ್ ಚಾಲ್ವನ್ ಘೆವ್ನ್ ಜಾತಲಿ ದುಸ್ರಿ ಲೊಕಾ ಕ್ರೆತಾತ್ಲಿ ಅನಿ ಅರೆಬಿಯಾತ್ಲಿ ಜಾಲ್ಯಾರ್ಬಿ, ದೆವಾನ್ ಕರಲ್ಲ್ಯಾ ಮೊಟ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ಅಮ್ಚ್ಯಾ ಸ್ವತಾಚ್ಯಾ ಬಾಶಾನಿ ಸಾಂಗ್ತಲೆ ಅಮಿ ಆಯ್ಕಿಸಾರ್ಕೆ ಹೊಲೆ ಮನುನ್ ಬೊಲುನ್ ಘೆಟ್ಲ್ಯಾನಿ.