Acts 2:33 — Compare Translations
7 translations compared side by side
Odia - 1840
"ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେ ଈଶ୍ଵରଙ୍କ ଦକ୍ଷିଣ ହସ୍ତ ଦ୍ଵାରା ଉନ୍ନତ ଓ ପିତାଙ୍କଠାରୁ ପ୍ରତିଜ୍ଞାତ ପବିତ୍ର ଆତ୍ମା ପ୍ରାପ୍ତ ହୋଇ, ଏହି ଯାହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି, ତାହା ସେ ବୃଷ୍ଟି କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କ ପିତା ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍କୁ ଉତ୍ଥାପିତ ହୋଇଛନ୍ତି ଏବଂ ପିତାଙ୍କ ପ୍ରତିଜ୍ଞା ଅନୁସାରେ ତାଙ୍କଠାରୁ ପବିତ୍ରଆତ୍ମା ପାଇଛନ୍ତି। ବର୍ତ୍ତମାନ ତୁମେ ଯାହା ଦେଖୁଛ ଓ ଶୁଣୁଛ, ତାହା ତାଙ୍କର ଦାନ। ତାହା ସେ ଆମ୍ଭମାନଙ୍କ ଉପରେ ଢାଳି ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ସ୍ୱର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଈଶ୍ୱରଙ୍କର ଡାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବିତ୍ରଆତ୍ମା ଦେଇଛନ୍ତି। ଈଶ୍ୱର ଏହି ପବିତ୍ରଆତ୍ମା ଦେବା ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ରଆତ୍ମାଙ୍କୁ ଢାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ଏହା ଦେଖୁଅଛ ଓ ଶୁଣୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଈଶ୍ବର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପିତାଙ୍କ ଦ୍ୱାରା ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಸರ್ಗಾರ್ ಜಾವ್ನ್ ದೆವಾಚ್ಯಾ ಉಜ್ವ್ಯಾ ಭಾಜುಕ್ ಬಸ್ಲ್ಯಾ, ಅನಿ ತೆಚ್ಯಾ ಬಾಬಾನ್ ಗೊಸ್ಟ್ ದಿಲ್ಲ್ಯಾ ಸಾರ್ಕೆ ಪವಿತ್ರ್ ಆತ್ಮೊ ತೆಕಾ ದಿಲ್ಯಾನ್, ತಸೆ ಹೊವ್ನ್ ಜೆಜುನ್ ತೊ ಆತ್ಮೊ ಅಮ್ಚ್ಯಾ ವರ್ತಿ ಘಾಟ್ಲಾ, ತುಮಿ ತೆ ಬಗುಕ್ ಲಾಗ್ಲ್ಯಾಸಿ ಅನಿ ಆಯ್ಕುಕ್ ಲಾಗ್ಲ್ಯಾಸಿ.