Acts 20:35 — Compare Translations

7 translations compared side by side

Odia - 1840
"ମାରେ ସମସ୍ତ କାର୍ୟ୍ଯ ଦ୍ବାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦଖାଇେଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାୟ୍ଯ କରିବା ଉଚ଼ିତ। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ଯ ମନେ ରଖିବା ଉଚ଼ିତ ଯେ, 'ଗ୍ରହଣ କରିବା ଅପେକ୍ଷା ଦାନ ଦବୋ ଅଧିକ ଶ୍ ରେଷ୍ଠ ଅଟେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅଧିକ ଶ୍ରେୟସ୍କର”, ପ୍ରଭୁ ଯୀଶୁ ସ୍ଵୟଂ ଏହି ଯେଉଁ କଥା କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହିସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଦୃଷ୍ଟାନ୍ତ ଦେଖାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ପାଇବାଠାରୁ ଦାନ କରିବାରେ ଅଧିକ ଆନନ୍ଦ ଥାଏ’, ସ୍ୱୟଂ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟକୁ ସ୍ମରଣ କରି ଏହି ପ୍ରକାର କଠିଣ ପରିଶ୍ରମ ଦ୍ୱାରା ଆମେ ଦୁର୍ବଳ ଲୋକମାନଙ୍କୁ ସାହାଯ୍ୟ କରିବା ଉଚିତ, ଏ ସମ୍ପର୍କରେ ମୁଁ ସବୁବେଳେ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ମୋର ସମସ୍ତ କାର୍ଯ୍ୟ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦେଖାଇଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟ ମନେ ରଖିବା ଉଚିତ୍ ଯେ, ‘ଗ୍ରହଣ କରିବା ଅପେକ୍ଷା ଦାନ ଦେବା ଅଧିକ ଶ୍ରେଷ୍ଠ ଅଟେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳ ମାନଙ୍କୁ ସାହାଯ୍ୟ କରିବା, ପୁଣି, "ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ", ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ವಿಶಯಾಕ್ನಿ ಮಿಯಾಚ್ ತುಮ್ಕಾ ಉದಾರನ್ ದಾಕ್ವುನ್ ದಿಲಾ, ತುಮಿ ಬಿ ತಸೆಚ್ ರಾಬುನ್ ಬಳ್ ನಸಲ್ಯಾಕ್ನಿ ಮಜ್ಜತ್ ಕರುಚೆ ಅನಿ “ಘೆತಲ್ಯಾಚ್ಯಾಕಿಂತಾ ದಿತಲ್ಯಾತ್ ಲೈ ಆಶಿರ್ವಾದ್ ಹಾಯ್” ಮನುನ್ ಧನಿಯಾ ಜೆಜುನ್ ಸಾಂಗಲಿ ಗೊಸ್ಟ್ ಯಾದ್ ಥವ್ನ್ ಘೆವಾ ಮಟ್ಲ್ಯಾನ್.