Acts 28:23 — Compare Translations
7 translations compared side by side
Odia - 1840
"ତେଣୁ ସମାନେେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ଯା ରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ଯା ପର୍ୟ୍ଯନ୍ତ ମାଶାଙ୍କେ ବ୍ଯବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସମାନଙ୍କେୁ ବିଶ୍ବାସ କରାଇବା ପାଇଁ ଚେ଼ଷ୍ଟା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ତାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ଵରଙ୍କ ରାଜ୍ୟ ସମ୍ଵନ୍ଧରେ ସାକ୍ଷ୍ୟ ଦେଲେ, ପୁଣି ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ର ଘେନି ଯୀଶୁଙ୍କ ସମ୍ଵନ୍ଧରେ ସେମାନଙ୍କ ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଗୋଟିଏ ତାରିଖ ନିର୍ଦ୍ଦିଷ୍ଟ କଲେ ଏବଂ ସେମାନଙ୍କ ମଧ୍ୟରୁ ଅନେକେ ସେ ଦିନ ପାଉଲ ରହୁଥିବା ସ୍ଥାନକୁ ଆସିଲେ। ସକାଳୁ ରାତ୍ରିଯାଏ ପାଉଲ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟସଂକ୍ରାନ୍ତ ବାର୍ତ୍ତା ବୁଝାଇଲେ ଓ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଲେଖାରୁ ବାକ୍ୟ ଉଦ୍ଧାର କରି ଯୀଶୁଙ୍କଠାରେ ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ತೆನಿ ಪಾವ್ಲುಚ್ಯಾ ವಾಂಗ್ಡಾ ಬೈಟೆಕ್ ಕರುಕ್ ಎಕ್ ದಿಸ್ ಗೊತ್ತ್ ಕರ್ಲ್ಯಾನಿ, ಅನಿ ತ್ಯಾ ದಿಸಿ ಜುದೆವಾಂಚಿ ಲೊಕಾ ತಾಂಡೊ ಹೊವ್ನ್ ಗೊಳಾ ಹೊವ್ನ್ ಪಾವ್ಲುಚ್ಯಾ ಘರಾತ್ ಯೆಲಿ, ಸಕ್ಕಾಳಾಕ್ನಾ ರಾತ್ ಪತರ್ಬಿ ತೆನಿ ತೆಂಕಾ, ದೆವಾಚ್ಯಾ ರಾಜಾಚ್ಯಾ ವಿಶಯಾತ್ಲಿ ಬರಿ ಖಬರ್ ಸೊಡ್ಸುನ್ ಸಾಂಗ್ಲ್ಯಾನ್, ಅನಿ ಮೊಯ್ಜೆಚೆ ಖಾಯ್ದ್ಯಾಂಚೆ ಪುಸ್ತಕ್ ಅನಿ ಪ್ರವಾದ್ಯಾಂಚಿ ಬರ್ವನ್ಗಿ ವಾಪ್ರುನ್ ಜೆಜುಚ್ಯಾ ವಿಶಯಾತ್ ತೆಂಚೊ ಮನ್ ಪರ್ತುಕ್ ಕಟ್ಪಟ್ ಕರ್ಲ್ಯಾನ್.