Acts 28:25 — Compare Translations
7 translations compared side by side
Odia - 1840
"ସମାନେେ ଶଷେ ରେ ନିଜ ନିଜ ଭିତ ରେ ତର୍କବିତର୍କ କରି ବିଦାୟ ନେଲେ। ସେତବେେଳେ ପାଉଲ ସମାନଙ୍କେୁ କହିଲେ, ପବିତ୍ର ଆତ୍ମା ଭାବବାଦୀ ୟିଶାୟଙ୍କ ଦ୍ବାରା ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ସତ୍ଯ କଥା କହିଥିଲେ। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣା ଆପଣା ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ଵାରା ପବିତ୍ର ଆତ୍ମା ଯଥାର୍ଥ ରୂପେ କହିଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ବିଷୟରେ ସେମାନଙ୍କ ମଧ୍ୟରେ ପ୍ରବଳ ମତଭେଦ ସୃଷ୍ଟି ହେଲା। ସେମାନେ ଚାଲିଯିବା ପୂର୍ବରୁ ପାଉଲ ଗୋଟିଏ କଥା ଉପରେ ଗୁରୁତ୍ୱ ଦେଇ କହିଲେ: “ପବିତ୍ର ଆତ୍ମା ଆପଣମାନଙ୍କ ପୂର୍ବପୁରୁଷମାନଙ୍କୁ ଭାବବାଦୀ ଯିଶାଇୟଙ୍କ ମୁଖରେ ଯଥାର୍ଥ କଥା କହିଥିଲେ!
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଶେଷରେ ନିଜ ନିଜ ଭିତରେ ତର୍କବିତର୍କ କରି ବିଦାୟ ନେଲେ। ସେତେବେଳେ ପାଉଲ ସେମାନଙ୍କୁ କହିଲେ, “ପବିତ୍ରଆତ୍ମା ଭାବବାଦୀ ଯିଶାଇୟଙ୍କ ଦ୍ୱାରା ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ସତ୍ୟ କଥା କହିଥିଲେ। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷମାନଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥ ରୂପେ କହିଥିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಒಪ್ಪಿನಸ್ತಾನಾ ತೆಂಚ್ಯಾಕ್ಡೆ ಎಕುಚ್ ಮನ್ ನತ್ತೊ ತೆನಿ ಸೊಡುನ್ ಜಾವ್ಕ್ ಲಾಗಲೆ ತನ್ನಾ ಪಾವ್ಲುನ್ ಅಶೆ ಆಕ್ರಿಚಿ ಗೊಸ್ಟಿಯಾ ಸಾಂಗುನ್ ಹೊಲ್ಲ್ಯಾ ತನ್ನಾ ಪಾವ್ಲುನ್ ತೆಂಕಾ: “ಪವಿತ್ರ್ ಆತ್ಮ್ಯಾನ್ ಯೆಶಾಯ್ ಪ್ರವಾದಿಚ್ಯಾ ಬಾಶೆನ್ ಜಾಂನ್ತ್ಯಾ ಲೊಕಾಕ್ನಿ ಖರೆ ಕಾಯ್ ಮನ್ತಲೆ ಕಳ್ವುಲ್ಲೆ ಹಾಯ್” ತೆನಿ ಅಶೆ ಸಾಂಗ್ಲಾ: