Acts 3:16 — Compare Translations
7 translations compared side by side
Odia - 1840
"ଏ ଯେଉଁ ଲୋକକୁ ତୁମ୍ଭମାନେେ ଦେଖୁଛ ଓ ଚିହ୍ନିଛ, ସେ ଯୀଶୁଙ୍କ ନାମ ରେ ଶକ୍ତି ପାଇ ଚ଼ାଲି ପାରିଲା। ଯୀଶୁଙ୍କ ନାମ ରେ ଆମ୍ଭମାନଙ୍କର ବିଶ୍ବାସ ଅଛି। ହଁ, କବଳେ ଯୀଶୁଙ୍କ ଉପରେ ଥିବା ବିଶ୍ବାସ ତାକୁ ସମ୍ପୁର୍ଣ୍ଣ ରୂପେ ଆରୋଗ୍ୟ କରି ଦଲୋ ଆଉ ତାହା ତୁମ୍ଭମାନେେ ଦେଖିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କ ନାମରେ ବିଶ୍ଵାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ଵାରା ଦତ୍ତ ବିଶ୍ଵାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ଵାସ୍ଥ୍ୟ ଦାନ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ନାମର ଶକ୍ତି ହିଁ ଏହି ଛୋଟାକୁ ସୁସ୍ଥ କରିଛି। ଯେଉଁ ଘଟଣା ବର୍ତ୍ତମାନ ତୁମ୍ଭେମାନେ ନିଜେ ଦେଖି ସତ୍ୟ ବୋଲି ଜାଣିଛ, ତାହା କେବଳ ତାଙ୍କ ନାମରେ ବିଶ୍ୱାସ କରିବା ଦ୍ୱାରା ସାଧିତ ହୋଇଛି। ଯୀଶୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସେ ଯେ ସୁସ୍ଥ ହୋଇଛି, ଏହା ତୁମ୍ଭେମାନେ ଦେଖିଅଛ।
Odia Bible ERV 2004 (ପବିତ୍ର ବାଇବଲ)
“ଏ ଯେଉଁ ଲୋକକୁ ତୁମ୍ଭେମାନେ ଦେଖୁଛ ଓ ଚିହ୍ନିଛ, ସେ ଯୀଶୁଙ୍କ ନାମରେ ଶକ୍ତି ପାଇ ଗ୍ଭଲି ପାରିଲା। ଯୀଶୁଙ୍କ ନାମରେ ଆମ୍ଭମାନଙ୍କର ବିଶ୍ୱାସ ଅଛି। ହଁ, କେବଳ ଯୀଶୁଙ୍କ ଉପରେ ଥିବା ବିଶ୍ୱାସ ତାକୁ ସମ୍ପୂର୍ଣ୍ଣ ରୂପେ ଆରୋଗ୍ୟ କରିଦେଲା ଆଉ ତାହା ତୁମ୍ଭେମାନେ ଦେଖିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಇದ್ರಾಕ್ ಹೊತ್ತ್ಯಾ ಹ್ಯಾ ಮಾನ್ಸಾಚಿ ವಳಕ್ ತುಮ್ಕಾ ಸಗ್ಳ್ಯಾಕ್ನಿ ಹಾಯ್, ತೆಚ್ಯಾ ನಾವಾವರ್ತಿ ಥವಲ್ಯಾ ವಿಶ್ವಾಸಾ ವೈನಾ ಹೊ ಮಾನುಸ್ ಗುನ್ ಹೊಲಾ. ಹೆ ಸಗ್ಳೆ ತುಮಿ ಬಗುಲ್ಲ್ಯಾಸಿ.