Acts 3:25 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ସହେି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ବର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭମାନେେ ମଧ୍ଯ ତା'ର ଉତ୍ତରାଧିକାରୀ। ସେ ଅବ୍ରାହାମଙ୍କୁ କହିଥିଲେ, 'ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ବାରା ଜଗତ ରେ ସବୁ ଲୋକ ଆଶୀର୍ବାଦ ପାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି ତୁମ୍ଭର ବଂଶ ଦ୍ଵାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ଵର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭବିଷ୍ୟତ୍ବକ୍ତାମାନଙ୍କ ମୁଖରେ ଈଶ୍ୱର ଯେଉଁସବୁ ପ୍ରତିଜ୍ଞା କରିଛନ୍ତି, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ, ପୁଣି ଈଶ୍ୱର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି ସ୍ଥାପନ କରିଛନ୍ତି, ତୁମ୍ଭେମାନେ ସେଥିର ଅଂଶୀଦାର। ଈଶ୍ୱର ଅବ୍ରହାମଙ୍କୁ କହିଥିଲେ, ‘ତୁମର ବଂଶଧରମାନଙ୍କ ଦ୍ୱାରା ମୁଁ ପୃଥିବୀର ସମସ୍ତ ଜାତିକୁ ଆଶୀର୍ବାଦ କରିବି।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ୱର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭେମାନେ ମଧ୍ୟ ତା’ର ଉତ୍ତରାଧିକାରୀ। ସେ ଅବ୍ରହାମଙ୍କୁ କହିଥିଲେ, ‘ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ୱାରା ଜଗତରେ ସବୁ ଲୋକ ଆଶୀର୍ବାଦ ପାଇବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ବର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃ-ପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಪ್ರವಾದ್ಯಾನಿ ಸಾಂಗಲಿ ಸಂಗ್ತಿಯಾ ತುಮ್ಚ್ಯಾ ಪುರ್ವಜ್ಯಾಚಿ ಲೊಕಾಂಚ್ಯಾಕ್ನಾ ದೆವಾನ್ ಕರುನ್ ಘೆಟಲೊ ಕರಾರ್ ತುಮಿ ಮಾನುನ್ ಘೆಟಲ್ಲೆ ಹಾಸಿ, ತುಮ್ಚೊ ಪುರ್ವಜ್ ಮಾನುಸ್ ಅಬ್ರಾಹಾಮಾಕ್, ತುಜ್ಯಾ ಪಿಳ್ಗಿನ್ ಜಗಾತ್ಲಿ ಸಗ್ಳಿ ಲೊಕಾ ಆಶಿರ್ವಾದ್ ಘೆತಾತ್ ಮನುನ್ ಸಾಂಗ್ಲ್ಯಾನ್.