Acts 4:10 — Compare Translations

7 translations compared side by side

Odia - 1840
"ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ଵାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ ଆପଣମାନେ ଓ ଇଶ୍ରାୟେଲର ସମସ୍ତେ ଜାଣିବା ଆବଶ୍ୟକ ଯେ, ଆପଣମାନଙ୍କ ସମ୍ମୁଖରେ ଛିଡ଼ା ହୋଇଥିବା ଏହି ଲୋକଟି କେବଳ ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମର ଶକ୍ତିରେ ସଂପୂର୍ଣ୍ଣ ସୁସ୍ଥ ହୋଇଅଛି। ସେହି ଯୀଶୁଙ୍କୁ ଆପଣମାନେ କ୍ରୁଶବିଦ୍ଧ କରିଥିଲେ। କିନ୍ତୁ ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಜರೆತಾಚ್ಯಾ ಜೆಜು ಕ್ರಿಸ್ತಾಚ್ಯಾ ನಾವಾರ್ ತೆಂಕಾ ಹ್ಯಾ ಮಾನ್ಸಾಕ್ ಗುನ್‍ ಹೊಲ್ಲೆ ಮನ್ತಲೆ ತುಮಿ, ಅನಿ ಜುದೆವಾಂಚಿ ಲೊಕಾ ಸಗ್ಳ್ಯಿ ಕಳ್ವುನ್ ಘೆವ್ಚೆ ಮನುನ್ ಮಿಯಾ ಆಶಾ ಕರ್‍ತಾ, ತುಮಿ ಜೆಜುಕ್ ಕುರ್ಸಾರ್ ಘಾಟಲ್ಲ್ಯಾಸಿ ಖರೆ ದೆವಾನ್ ತೆಕಾ ಮರ್ನ್ನಾಕ್ನಾ ಝಿತ್ತೊ ಕರುನ್ ಉಟ್ವುಲ್ಯಾನ್, ಹ್ಯೊ ಮಾನುಸ್ ಸೊಟ್ಟೊ ಹೊತ್ತೊ ಅತ್ತಾ ತೊ ಗುನ್ ಹೊಲಾ, ಅನಿ ಜೆಜುಚ್ಯಾ ನಾಂವಾನ್ ತುಮ್ಚ್ಯಾ ಫಿಡೆ ಉಟುನ್ ಇಬೆ ಹಾಯ್.