Acts 9:21 — Compare Translations

7 translations compared side by side

Odia - 1840
"ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ୟ୍ଯ ହେଲେ। ସମାନେେ କହିଲେ, ଏ କ'ଣ ସହେି ଲୋକ ନୁହେଁ, ୟିଏ ଏହି ନାମ ରେ ବିଶ୍ବାସ କରିଥିବା ୟିରୂଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ'ଣ ସେ ନୁହେଁ, ଯେ କି ସମାନଙ୍କେୁ ବାନ୍ଧି ନଇେ ପ୍ରଧାନ ଯାଜକମାନଙ୍କ ପାଖକୁ ନଇୟିବୋ ପାଇଁ ଏଠାକୁ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ତାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ଉଚ୍ଛିନ୍ନ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ତାଙ୍କ କଥା ଶୁଣିଲେ, ସେମାନେ ଆଚମ୍ବିତ ହୋଇ ପଚାରିଲେ, “”ଯିରୂଶାଲମରେ ଯୀଶୁ ନାମକ ବ୍ୟକ୍ତିର ଉପାସକମାନଙ୍କୁ ଯେଉଁ ଲୋକ ହତ୍ୟା କରୁଥିଲା, ଏ କ’ଣ ସେହି ନୁହେଁ? ସେମାନଙ୍କୁ ମୁଖ୍ୟ ଯାଜକମାନଙ୍କ ନିକଟକୁ ଧରି ନେଇ ଯିବା ଉଦ୍ଦେଶ୍ୟରେ ସେ କ’ଣ ଏଠାକୁ ଆସି ନ ଥିଲା?”
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಜೆ ಬೊಲ್ನೆ ಆಯ್ಕಲ್ಲಿ ಲೊಕಾ ಸಗ್ಳ್ಯಿ ಅಜಾಪ್ ಹೊಲಿ, ಅನಿ ಜೆರುಜಲೆಮಾತ್ ಹೊತ್ತೊ ಮಾನುಸ್ ಹ್ಯೊಚ್, ಜೆಜುಚ್ಯಾ ನಾವಾರ್ ವಿಶ್ವಾಸ್ ಥವ್ತಲ್ಯಾ ಲೊಕಾಕ್ನಿ ಜಿವಾನಿ ಮಾರುಕ್ ಬಗಿತ್ ಹೊತ್ತೊ! ಜೆಜುಚ್ಯಾ ಲೊಕಾಕ್ನಿ ಧರುನ್ ಮುಖ್ಯ್ ಯಾಜಕಾಂಚ್ಯಾಕ್ಡೆ ವೊಡುನ್ ನ್ಹೆವ್ಚೆ ಮನುನ್ ಯೆಲ್ಲೊ ಹ್ಯೊಚ್ ನ್ಹಯ್ ಕಾಯ್?