Amos 6:14 — Compare Translations
5 translations compared side by side
Odia - 1840
"କିନ୍ତୁ ହେ ଇଶ୍ରାୟେଲବାସୀ, ତୁମ୍ଭ ଦେଶ ବିରୁଦ୍ଧ ରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସହେି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ଯ ଉପ ରେ ଦୁଃଖ କ୍ଲେଶ ଆଣିବ। ଏହି କ୍ଲେଶ ହମାତଠାରୁ ଅରାବା ମାର୍ଗ ପର୍ୟ୍ଯନ୍ତ ଲାଗି ରହିବ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ହେ ଇସ୍ରାଏଲ-ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକି ଉଠାଇବା; ତହିଁରେ ସେମାନେ ହମାତ୍ର ପ୍ରବେଶ-ସ୍ଥାନଠାରୁ ଆରାବା ସ୍ରୋତ-ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଳେଶ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ହେ ଇସ୍ରାଏଲବାସୀ, ତୁମ୍ଭ ଦେଶ ବିରୁଦ୍ଧରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସେହି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ୟ ଉପରେ ଦୁଃଖ କ୍ଳେଶ ଆଣିବ। ଏହି କ୍ଳେଶ ହମାତଠାରୁ ଅରାବା ମାର୍ଗ ପର୍ଯ୍ୟନ୍ତ ଲାଗି ରହିବ।” ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର ଏହା କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ହେ ଇସ୍ରାଏଲ ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକୁ ଉଠାଇବା; ତହିଁରେ ସେମାନେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସ୍ରୋତ ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଲେଶ ଦେବେ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦେଖ, ହେ ଇସ୍ରାଏଲ ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକୁ ଉଠାଇବା; ତହିଁରେ ସେମାନେ ହମାତର ପ୍ରବେଶ ସ୍ଥାନଠାରୁ ଆରାବା ସ୍ରୋତ ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଲେଶ ଦେବେ।”