Colossians 1:28 — Compare Translations

7 translations compared side by side

Odia - 1840
"ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଆମେ ପ୍ରତ୍ୟେକଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଛୁ। ପ୍ରତ୍ୟେକଙ୍କୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରି ଏକ ପରିପକ୍ୱ ବ୍ୟକ୍ତି ରୂପେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ପାଇଁ, ଆମର ସମସ୍ତ ବୁଦ୍ଧିଜ୍ଞାନ ପ୍ରୟୋଗ କରି, ସମସ୍ତଙ୍କୁ ଚେତନା ଓ ଶିକ୍ଷା ଦେଉଅଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟରେ ଲୋକଙ୍କୁ କହି ଗ୍ଭଲିଛୁ। ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଉଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆଧ୍ୟାତ୍ମିକ ଭାବରେ ପରିପୂର୍ଣ୍ଣ ହୋଇ ପରମେଶ୍ୱରଙ୍କ ଆଗରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನುಚ್ ಅಮಿ ಕ್ರಿಸ್ತಾಚ್ಯಾ ವಿಶಯಾತ್ ಲೊಕಾಕ್ನಿ ಕಳ್ವುತಲೆ ಹೊವ್ನ್ ಹಾಂವ್. ಹರ್ ಎಕ್ಲ್ಯಾಕ್ಬಿ ಉಮ್ಮೆದ್ ಭರುಕ್ ಅನಿ ಹರ್ ಎಕ್ಲ್ಯಾಕ್ಬಿ ಶಿಕ್ವುಸಾಟ್ನಿ ಅಮ್ಚಿ ಬುದ್ದ್ ಫುರಾ ವಾಪರ್ತಾಂವ್, ಹರ್ ಎಕ್ಲ್ಯಾಕ್ಬಿ ಕ್ರಿಸ್ತಾಕ್ಡೆ ಫುರಾ ಆತ್ಮಿಕ್ ಸಾರ್ಕೆ ಕರುನ್ ದೆವಾಚ್ಯಾ ಇದ್ರಾಕ್ ಹಾನುಕ್ ಖಟ್ಪಟ್ ಕರ್ತಾಂವ್.