Colossians 2:1 — Compare Translations
7 translations compared side by side
Odia - 1840
"ମୁଁ ଚା ହେଁ ତୁମ୍ଭମାନେେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦକୀଆ ରେ ଥିବା ଲୋକମାନଙ୍କୁ ଓ ମାେତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ମୁଁ ସାହାୟ୍ଯ କରିବାକୁ ଚେଷ୍ଟା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ପାଇଁ, ଲାଉଦିକିଆବାସୀ ଓ ମୋତେ ଚିହ୍ନି ନ ଥିବା ସମସ୍ତ ଲୋକଙ୍କ ପାଇଁ ମୁଁ ଯେ କେତେ କଠିନ ପରିଶ୍ରମ କରୁଛି, ତାହା ତୁମ୍ଭେମାନେ ଜାଣ ବୋଲି ମୁଁ ଚାହେଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಮಜತ್ ಕರುಚೆ ಮನುನ್ ಮಿಯಾ ಲೈ ಖಟ್ಪಟ್ ಕರುಕ್ ಲಾಗಲ್ಲೆ ತುಮ್ಕಾ ಗೊತ್ತ್ ರ್ಹಾವ್ಚೆ ಮನ್ತಲಿ ಮಾಜಿ ಆಶಾ ಅನಿ ಮಿಯಾ ಲವೊದಿಸಿಯಾತ್ ಹೊತ್ತ್ಯಾಕ್ನಿ ಅನಿ ಮಾಕಾ ಬಗುಕುಚ್ ನಸಲ್ಲ್ಯಾಕ್ನಿಬಿ ಮಜತ್ ಕರುಕ್ ಖಟ್ಪಟ್ ಕರುಕ್ ಲಾಗ್ಲಾ.