Colossians 2:19 — Compare Translations
7 translations compared side by side
Odia - 1840
"ସମାନେେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନ ରେ ରଖନ୍ତି ନାହିଁ। ସଂମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ଯ ପରସ୍ପରକୁ ସାହାୟ୍ଯ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରେଖ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଶରୀର ବୃଦ୍ଧି ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ଵାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ଵରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶରୀରର ମସ୍ତକ ସ୍ୱରୂପ ଖ୍ରୀଷ୍ଟଙ୍କଠାରୁ ସେମାନେ ବିଚ୍ଛିନ୍ନ ହୋଇଛନ୍ତି। ତାଙ୍କ ନିୟନ୍ତ୍ରଣରେ ଅଙ୍ଗପ୍ରତ୍ୟେଙ୍ଗଗୁଡ଼ିକ ସନ୍ଧି ଓ ଶିରା ପ୍ରଶିରା ଦ୍ୱାରା ପରସ୍ପର ସହିତ ସଂଲଗ୍ନ ହୋଇ ପରିପୁଷ୍ଟ ହୁଏ ଏବଂ ଶରୀର ଈଶ୍ୱରଙ୍କ ଅଭିମତ ଅନୁଯାୟୀ ବୃଦ୍ଧି ପାଏ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନରେ ରଖନ୍ତି ନାହିଁ। ସମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ୟ ପରସ୍ପରକୁ ସାହାଯ୍ୟ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରଖେ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଶରୀର ବୃଦ୍ଧି ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಲೊಕಾ ಅಪ್ನಾಕುಚ್ ಅಪ್ನಿ ಕ್ರಿಸ್ತ್ ಮನ್ತಲ್ಯಾ ಟಕ್ಲ್ಯಾಕ್ ಖಾಲ್ತಿ ಕರುನ್ ದಿವ್ಕನ್ಯಾತ್, ಸಗ್ಳೆ ಆಂಗ್ ತೆಕಾಚ್ ಠಿಕುನ್ ಹಾಯ್, ಅಸ್ಲಿ ಲೊಕಾ ಕ್ರಿಸ್ತ್ ಮನುನ್ ಸಾಂಗ್ತಲ್ಯಾ ಟಕ್ಲ್ಯಾಚ್ಯಾ ವಾಂಗ್ಡಾ ಸಮಂದ್ ಕಳ್ದುನ್ ಘೆತಾತ್, ತ್ಯಾ ಟಕ್ಲ್ಯಾಕ್ನಾ ಆಂಗ್ ಸಗ್ಳ್ಯಾ ಸಂದಾ ಅನಿ ಘರಾಕ್ನಿ ಪಾಜೆ ಹೊಲ್ಲೊ ಬಳ್ ದಿವ್ನ್ ಅನಿ ಜೊಡುನ್ ಆಂಗ್ ಹೊವ್ನ್, ತ್ಯಾ ದೆವಾಚ್ಯಾ ದಯೆನ್ ಮೊಟೆ ಹೊವ್ನಗೆತ್ ಜಾತಾ.