Colossians 2:8 — Compare Translations

7 translations compared side by side

Odia - 1840
"ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ଵାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
Odia BSI (ପବିତ୍ର ବାଇବଲ (CL) NT (BSI))
ସାବଧାନ, କେହି ଯେପରି ତୁମକୁ ମନୁଷ୍ୟର ବିଭ୍ରାନ୍ତିକର ଅସାର ଜ୍ଞାନ ଦ୍ୱାରା ବଶୀଭୂତ ନ କରେ। ସେହି ସବୁ ଜ୍ଞାନ ଖ୍ରୀଷ୍ଟଙ୍କ ଶିକ୍ଷାରୁ ଆସି ନ ଥାଏ। ତାହା ମନୁଷ୍ୟ ସମାଜର ପାରମ୍ପରିକ ଶିକ୍ଷା ଓ ବିଶ୍ୱସ ଉପରେ କର୍ତ୍ତୃତ୍ୱ କରୁଥିବା ଅଶରୀରୀ ଶକ୍ତିମାନଙ୍କ ଶିକ୍ଷାର ଫଳ।
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ ରୁହ, ଯେପରି କେହି ତୁମ୍ଭକୁ ଅନର୍ଥକ, ଅସତ୍ୟ ଚିନ୍ତାଧାରା ଓ ବାକ୍ୟ ଦ୍ୱାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ୟଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ୟହୀନ ଧାରଣା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
Odia IRV 2017 (ଓଡିଆ ବାଇବେଲ)
ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಕೊನ್‍ತರಬಿ ಪಸ್ವುನ್ ಫಾಯ್ದ್ಯಾಕ್ ನಸಲ್ಲ್ಯಾ ತತ್ವಜ್ಞಾನಾಂಚ್ಯಾ ಶಿಕಾಪಾಚ್ಯಾ ವಾಟೆಕ್ ಚಲ್ವಿನಸಿ ಸಾರ್ಕೆ ಉಶಾರ್ಕಿನ್ ರ್‍ಹಾವಾ. ತಿ ಹ್ಯಾ ಜಗಾತ್ಲಿ ಫಾಯ್ದ್ಯಾಕ್ ಪಡಿನಸಲ್ಲಿ ಶಿಕಾಪಾ, ಮಾನ್ಸಾಂಚ್ಯಾಕ್ನಾ ಯೆಲ್ಲಿ; ಕ್ರಿಸ್ತಾಕ್ನಾ ನ್ಹಯ್.