Deuteronomy 12:28 — Compare Translations

5 translations compared side by side

Odia - 1840
"ସାବଧାନତା ସହକା ରେ ମୁ ଯେଉଁ ଆଜ୍ଞାମାନ ଦଲେି ତାହା ତୁମ୍ଭମାନେେ ପାଳନ କରିବ। ତହିଁରେ ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଦୃଷ୍ଟି ରେ ଯାହା ଉତ୍ତମ ଓ ଯଥାର୍ଥ ତାହା କଲେ ତୁମ୍ଭର ଓ ତୁମ୍ଭମାନଙ୍କ ପରେ ତକ୍ସ୍ଟମ୍ଭ ବଂଶଧରଗଣର ୟକ୍ସ୍ଟଗାନକ୍ସ୍ଟସା ରେ ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ ଏହି ଯେସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନତା ସହକାରେ ମୁଁ ଯେଉଁ ଆଜ୍ଞାମାନ ଦେଲି ତାହା ତୁମ୍ଭେମାନେ ପାଳନ କରିବ। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ ତାହା କଲେ ତୁମ୍ଭର ଓ ତୁମ୍ଭମାନଙ୍କ ପରେ ତୁମ୍ଭ ବଂଶଧରଗଣର ଯୁଗାନୁସାରେ ମଙ୍ଗଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।