Deuteronomy 13:5 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସହେି ଭବିଷ୍ଯଦବକ୍ତା ବା ସ୍ବପ୍ନ ଦର୍ଶକକକ୍ସ୍ଟ ପ୍ରାଣ ଦଣ୍ତ ଦବୋ ଉଚିତ୍। କାରଣ ସହେି ବ୍ଯକ୍ତିଟି ମାରେ ଲୋକମାନଙ୍କୁ ପରମେଶ୍ବରଙ୍କ ବରକ୍ସ୍ଟଦ୍ଧ ରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ୟିଏକି ତୁମ୍ଭମାନଙ୍କୁ ମିଶର ଦେଶରକ୍ସ୍ଟ ବାହାର କରି ଆଣିଲେ ଓ ଦାସତ୍ବରକ୍ସ୍ଟ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ସହେି ବ୍ଯକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠାରକ୍ସ୍ଟ ଦକ୍ସ୍ଟରକକ୍ସ୍ଟ ନବୋକକ୍ସ୍ଟ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନକ୍ସ୍ଟସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାଯ ରେ ତକ୍ସ୍ଟମ୍ଭ ମଧିଅରେ ଥିବା କକ୍ସ୍ଟକର୍ମ ଦୂର କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର ପ୍ରାଣଦଣ୍ତ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରିଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି । ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ଭବିଷ୍ୟଦ୍ବକ୍ତା ବା ସ୍ୱପ୍ନ ଦର୍ଶକକୁ ପ୍ରାଣ ଦଣ୍ତ ଦେବା ଉଚିତ୍। କାରଣ ସେହି ବ୍ୟକ୍ତିଟି ମୋର ଲୋକମାନଙ୍କୁ ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ ଓ ଦାସତ୍ୱରୁ ତୁମ୍ଭମାନଙ୍କୁ ମୁକ୍ତ କଲେ। ସେହି ବ୍ୟକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରକୁ ନେବାକୁ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନୁସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାୟରେ ତୁମ୍ଭ ମଧ୍ୟରେ ଥିବା କୁକର୍ମ ଦୂର କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।