Deuteronomy 15:9 — Compare Translations

5 translations compared side by side

Odia - 1840
"ଏପରି କାହାକକ୍ସ୍ଟ ଋଣ ଦବୋକକ୍ସ୍ଟ ମନା କର ନାହିଁ, ଯେ ହତେକ୍ସ୍ଟ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହାଇଗେଲାଣି ବୋଲି। ତୁମ୍ଭମାନଙ୍କ ମଧିଅରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନକ୍ସ୍ଟହଁ। ସାବଧାନ ହକ୍ସ୍ଟଅ, ଗୋଟିଏ ନିଃଶ୍ବ ଲୋକ ପ୍ରତି କୃପଣ ହକ୍ସ୍ଟଅ ନାହିଁ! କାରଣ ଯଦି ସହେି ବ୍ଯକ୍ତି ତକ୍ସ୍ଟମ୍ଭ ପ୍ରତିକୂଳ ରେ ସଦାପ୍ରଭୁଙ୍କୁ ଡାକେ, ତବେେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବଚେନା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ପାପାଧମ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ହେତୁରୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏପରି କାହାକୁ ଋଣ ଦେବାକୁ ମନା କର ନାହିଁ, ଯେହେତୁ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହୋଇଗଲାଣି ବୋଲି। ତୁମ୍ଭମାନଙ୍କ ମଧ୍ୟରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନୁହଁ। ସାବଧାନ ହୁଅ, ଗୋଟିଏ ନିଃଶ୍ୱ ଲୋକ ପ୍ରତି କୃପଣ ହୁଅ ନାହିଁ! କାରଣ ଯଦି ସେହି ବ୍ୟକ୍ତି ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକେ, ତେବେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବେଚନା କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।
Odia IRV 2017 (ଓଡିଆ ବାଇବେଲ)
ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।