Deuteronomy 29:2 — Compare Translations

5 translations compared side by side

Odia - 1840
"ମାଶାେ ସମସ୍ତ ଇଶ୍ରାୟେଲୀୟମାନଙ୍କୁ ଏକତ୍ରୀତ କଲେ ଓ କହିଲେ, ତୁମ୍ଭମାନେେ ଦେଖିଛ ଯେ ମିଶର ରେ ସଦାପ୍ରଭୁ କିପରି କାର୍ୟ୍ଯମାନ କରିଛନ୍ତି। ତୁମ୍ଭମାନେେ ମଧ୍ଯ ଦେଖିଛ, ସଦାପ୍ରଭୁ ରାଜା ଫା ରେ ଏବଂ ତାଙ୍କର ଦାସମାନଙ୍କ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯେଉଁ କର୍ମମାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ତାଙ୍କ ଦେଶ ପ୍ରତି ଯେସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସମସ୍ତ ଇସ୍ରାଏଲୀୟମାନଙ୍କୁ ଏକତ୍ରିତ କଲେ ଓ କହିଲେ, “ତୁମ୍ଭେମାନେ ଦେଖିଛ ଯେ ମିଶରରେ ସଦାପ୍ରଭୁ କିପରି କାର୍ଯ୍ୟମାନ କରିଛନ୍ତି। ତୁମ୍ଭେମାନେ ମଧ୍ୟ ଦେଖିଛ, ସଦାପ୍ରଭୁ ରାଜା ଫାରୋ ଏବଂ ତାଙ୍କର ଦାସମାନଙ୍କ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯେଉଁ କର୍ମମାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, “ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁ ସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,