Deuteronomy 31:7 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ଯିହାଶୂେୟଙ୍କକ୍ସ୍ଟ ଡାକିଲେ। ସମସ୍ତ ଇଶ୍ରାୟେଲୀୟମାନଙ୍କ ସମ୍ମକ୍ସ୍ଟଖ ରେ ମାଶାେ ଯିହାଶୂେୟଙ୍କକ୍ସ୍ଟ କହିଲେ, ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ସହେି ଦେଶକକ୍ସ୍ଟ ଆଗଇେ ନବେ ଯେଉଁ ଦେଶ ଦବୋ ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ପୂର୍ବପୁରୁଷମାନଙ୍କ ସହିତ ଚକ୍ସ୍ଟକ୍ତି କରିଥିଲେ। ସହେି ଦେଶ ତୁମ୍ଭମାନଙ୍କ ଅଧିକାର କରିବା ପାଇଁ ତୁମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କୁ ସାହାୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଯିହୋଶୂୟଙ୍କୁ ଡାକିଲେ। ସମସ୍ତ ଇସ୍ରାଏଲୀୟମାନଙ୍କ ସମ୍ମୁଖରେ ମୋଶା ଯିହୋଶୂୟଙ୍କୁ କହିଲେ, “ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ସେହି ଦେଶକୁ ଆଗେଇ ନେବ ଯେଉଁ ଦେଶ ଦେବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ପୂର୍ବପୁରୁଷମାନଙ୍କ ସହିତ ଚୁକ୍ତି କରିଥିଲେ। ସେହି ଦେଶ ତୁମ୍ଭମାନଙ୍କ ଅଧିକାର କରିବା ପାଇଁ ତୁମ୍ଭେ ଇସ୍ରାଏଲୀୟ ଲୋକମାନଙ୍କୁ ସାହାଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କୁୁ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।”