Ephesians 3:5 — Compare Translations
7 translations compared side by side
Odia - 1840
"ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ଯ ବିଷୟ ରେ କୁହାୟାଇ ନ ଥିଲା। କିନ୍ତୁ ପରମେଶ୍ବର ଏବେ ନିଜର ପବିତ୍ର ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ନିକଟରେ ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ସହେି ଗୁପ୍ତ ସତ୍ଯଟି ପ୍ରକାଶ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ନିଗୂଢ଼ତତ୍ତ୍ଵ ଏବେ ଆତ୍ମାଙ୍କ ଦ୍ଵାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବକାଳର ମନୁଷ୍ୟସନ୍ତାନମାନଙ୍କ ନିକଟରେ ସେହିପରି ପ୍ରକାଶିତ ହୋଇ ନ ଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଅତୀତରେ ମାନବ ଜାତିକୁ ଏହି ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ କୁହାଯାଇ ନ ଥିଲା। କିନ୍ତୁ ଈଶ୍ୱର ବର୍ତ୍ତମାନ ତାଙ୍କର ପବିତ୍ର ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କୁ ଆତ୍ମାଙ୍କ ଦ୍ୱାରା ଏହା ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ୟ ବିଷୟରେ କୁହାଯାଇ ନ ଥିଲା। କିନ୍ତୁ ପରମେଶ୍ୱର ଏବେ ନିଜର ପବିତ୍ର ପ୍ରେରିତ ଓ ଭବିଷ୍ୟଦ୍ବକ୍ତାମାନଙ୍କ ନିକଟରେ ପବିତ୍ରଆତ୍ମାଙ୍କ ମାଧ୍ୟମରେ ସେହି ଗୁପ୍ତ ସତ୍ୟଟି ପ୍ରକାଶ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
Odia IRV 2017 (ଓଡିଆ ବାଇବେଲ)
ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾಟಿ ಮಾನ್ಸಾಕ್ನಿ ಹ್ಯೊ ಗುಟ್ ಸಾಂಗುನ್ ಹೊವ್ಕ್ ನಾ, ಖರೆ ದೆವಾನ್ ಅತ್ತಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ವೈನಾ ಅಪ್ನಾಚ್ಯಾ ಪವಿತ್ರ್ ಅಪೊಸ್ತಲಾಕ್ನಿ ಅನಿ ಪ್ರವಾದಿಯಾಕ್ನಿ ದಾಕ್ವುನ್ ದಿಲ್ಯಾನಾಯ್.