Ephesians 4:14 — Compare Translations
7 translations compared side by side
Odia - 1840
"ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ,
Odia BSI (ପବିତ୍ର ବାଇବଲ (CL) NT (BSI))
ପବନର ଗତିରେ ଓ ତରଙ୍ଗର ଧକ୍କାରେ ଇତସ୍ତତଃ ହେଉଥିବା ଶିଶୁମାନଙ୍କ ପରି ଆମ୍ଭେମାନେ ଆଉ ଅସ୍ଥିର ହେବା ନାହିଁ। ଅନ୍ୟମାନଙ୍କୁ ବିପଥଗାମୀ କରାଉଥିବା ପ୍ରତାରକମାନଙ୍କର କୌଶଳପୂର୍ଣ୍ଣ ଶିକ୍ଷାରେ ଆମେ ବିଚଳିତ ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Odia IRV 2017 (ଓଡିଆ ବାଇବେଲ)
ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ರಾತಾನಾ ಅಮಿ ಅನಿ ಫಿಡೆ ಪೊರಾಂಚ್ಯಾ ಸಾರ್ಕೆ ಹೊವ್ಚೆ ನ್ಹಯ್ ಪಶ್ವುತಲ್ಯಾ ಲೊಕಾಂಚ್ಯಾ ಶಿಕಾಪಾಂಚ್ಯಾ ವಾರ್ಯ್ಯಾಕ್ ಹುಡುನ್ ಜಾತಲೆ ಹೊವ್ನ್ ರ್ಹಾವ್ಚೆ ನ್ಹಯ್, ತೆನಿ ಲೊಕಾಕ್ನಿ ಅಪ್ನಾಚ್ಯಾ ಚಾಲಾಕಿ ಪಾನಾತ್ ಅನಿ ಶಾನೆಪಾನಾನ್ ಚುಕ್ ವಾಟೆಕ್ ನ್ಹೆತಾತ್.