Exodus 10:7 — Compare Translations
5 translations compared side by side
Odia - 1840
"ଏହାପରେ ଫାରୋଙ୍କର କର୍ମଚାରୀମାନେ ତାଙ୍କୁ କହିଲେ, କେତଦେିନ ୟାଏ ଏ ମନୁଷ୍ଯ ଆମ୍ଭମାନଙ୍କର ଫାନ୍ଦ ସ୍ବରୂପ ହାଇେଥିବ। ସମାନଙ୍କେୁ ୟିବାକୁ ଦିଅ ଏବଂ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁନାହିଁ କି ମିଶର ଧ୍ବଂସ ହେଉଅଛି ବୋଲି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ଵରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା କରିବା ପାଇଁ ଏମାନଙ୍କୁ ଛାଡ଼ି ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଫାରୋଙ୍କର କର୍ମଗ୍ଭରୀମାନେ ତାଙ୍କୁ କହିଲେ, “କେତେଦିନ ଯାଏ ଏ ମନୁଷ୍ୟ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ। ସେମାନଙ୍କୁ ଯିବାକୁ ଦିଅ ଏବଂ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁ ନାହଁ କି ମିଶର ଧ୍ୱଂସ ହେଉଅଛି ବୋଲି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?