Exodus 11:8 — Compare Translations
5 translations compared side by side
Odia - 1840
"ଏହାପରେ ତୁମ୍ଭମାନଙ୍କର ସମସ୍ତ ଅଧିକାରୀଗଣ ମାେ ନିକଟକୁ ଆସିବେ ଏବଂ ମାେ ଆଗ ରେ ମଥାନତ କରିବେ। ସମାନେେ କହିବେ, ସମସ୍ତ ଲୋକମାନଙ୍କ ସହିତ ବାହାରି ୟାଅ। ଏହାପରେ ମୁଁ ୟିବି। ତା'ପରେ କୋର୍ଧ ରେ ମାଶାେ ଫାରୋଙ୍କୁ ପରିତ୍ଯାଗ କଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି । ଅନନ୍ତର ସେ ପ୍ରଚଣ୍ତ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭମାନଙ୍କର ସମସ୍ତ ଅଧିକାରୀଗଣ ମୋ’ ନିକଟକୁ ଆସିବେ ଏବଂ ମୋ’ ଆଗରେ ମଥାନତ କରିବେ। ସେମାନେ କହିବେ, ‘ସମସ୍ତ ଲୋକମାନଙ୍କ ସହିତ ବାହାରି ଯାଅ।’ ଏହା ପରେ ମୁଁ ଯିବି।” ତା’ପରେ କ୍ରୋଧରେ ମୋଶା ଫାରୋଙ୍କୁ ପରିତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋ’ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି। ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ।