Exodus 13:19 — Compare Translations
5 translations compared side by side
Odia - 1840
"ମାଶାେ ଯୋଷଫଙ୍କେର ଅସ୍ତି ସାଙ୍ଗ ରେ ନଇେ ଆସିଲେ। ଯୋଷଫଙ୍କେ ମୃତ୍ଯୁ ପୂର୍ବରୁ ସେ ତାଙ୍କର ପୁତ୍ରମାନଙ୍କୁ ପ୍ରତିଜ୍ଞା କରାଇଥିଲେ, ଏପରି କରିବା ପାଇଁ। ଯୋଷଫେ କହିଥିଲେ, ଯେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ରକ୍ଷା କରିବେ। ମନରେଖ ତୁମ୍ଭମାନେେ ମାରେ ଅସ୍ତି ତୁମ୍ଭମାନଙ୍କ ସହିତ ମିଶରରୁ ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ; ସେ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଗୃହକୁ ଗଲେ ମୋଶା ଯୋଷେଫଙ୍କର ଅସ୍ଥି ସାଙ୍ଗରେ ନେଇ ଆସିଲେ। ଯୋଷେଫଙ୍କ ମୃତ୍ୟୁ ପୂର୍ବରୁ ସେ ତାଙ୍କର ପୁତ୍ରମାନଙ୍କୁ ପ୍ରତିଜ୍ଞା କରାଇଥିଲେ, ଏପରି କରିବା ପାଇଁ। ଯୋଷେଫ କହିଥିଲେ, “ଯେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା କରିବେ। ମନେରଖ ତୁମ୍ଭେମାନେ ମୋର ଅସ୍ଥି ତୁମ୍ଭମାନଙ୍କ ସହିତ ମିଶରରୁ ନେଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ; ସେ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ।”