Exodus 3:8 — Compare Translations
5 translations compared side by side
Odia - 1840
"ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ ଓ ହିତ୍ତୀୟ ଓ ଇମୋରୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁଗ୍ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା’ନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।