Ezekiel 28:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ପରମେଶ୍ବର ଉଦ୍ୟାନ ଏଦନ ରେ ଥିଲ। ଚୁଣୀ, ପିତମଣି, ହୀରକ, ବୈଦୁର୍ୟ୍ଯମଣି, ଗୋମଦେକମଣି, ସୂର୍ୟ୍ଯକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ୟାବତୀଯ ବହୁମୂଲ୍ଯ ପ୍ରସ୍ତର ସୁବର୍ଣ୍ଣ ରେ ଖଚିତ ହାଇେଥିଲା। ତୁମ୍ଭେ ସୃଷ୍ଟି ହବୋ ଦିନରୁ ସମସ୍ତ ସୌନ୍ଦର୍ୟ୍ଯ ଶିଳ୍ପ ଚାଚୁରୀ ରେ ପରିପୂର୍ଣ୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପରମେଶ୍ଵରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେସବୁ ପ୍ରସ୍ତୁତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ। ଚୁଣୀ, ପିତମଣି, ହୀରକ, ବୈଦୁର୍ଯ୍ୟମଣି, ଗୋମେଦକମଣି, ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ସୁବର୍ଣ୍ଣରେ ଖଚିତ ହୋଇଥିଲ। ତୁମ୍ଭେ ସୃଷ୍ଟି ହେବା ଦିନରୁ ସମସ୍ତ ସୌନ୍ଦର୍ଯ୍ୟ ଶିଳ୍ପ ଗ୍ଭତୁରୀରେ ପରିପୂର୍ଣ୍ଣ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)