Ezekiel 28:2 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ମୁଁ ଈଶ୍ଵର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ଵରଙ୍କ ଆସନରେ ବସିଅଛି, ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ଵରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ଵର ନୁହଁ, ମନୁଷ୍ୟ ମାତ୍ର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “‘ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ କହିଅଛ, “ମୁଁ ପରମେଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ପରମେଶ୍ୱରଙ୍କ ଆସନରେ ବସିଅଛି;” “‘ମାତ୍ର ନିଜ ଚିତ୍ତକୁ ଦେବତାଙ୍କ ଚିତ୍ତ ତୁଲ୍ୟ ମନେ କଲେ ମଧ୍ୟ ତୁମ୍ଭେ ପରମେଶ୍ୱର ନୁହଁ, ତୁମ୍ଭେ ମନୁଷ୍ୟ ମାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ‘ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,’ ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।