Ezekiel 32:25 — Compare Translations

5 translations compared side by side

Odia - 1840
"ନିହତ ଲୋକମାନଙ୍କ ମଧିଅରେ ତା' ପାଇଁ ଗୋଟିଏ ଶୟ୍ଯା ପ୍ରସ୍ତୁତ କରିଅଛନ୍ତି। ସମସ୍ତ ଲୋକ ତା'ର କବରର ଚତୁର୍ଦ୍ଦିଗ ରେ ଅଛନ୍ତି। ସହେି ଅସୁନ୍ନତମାନେ, ଯେଉଁମାନେ ଖଣ୍ଡା ଦ୍ବାରା ହତ ହାଇେଛନ୍ତି। କାରଣ ସମାନଙ୍କେ ଆତଙ୍କ ଜୀବିତମାନଙ୍କ ମଧିଅରେ ବ୍ଯାପିଗଲା। ସମାନେେ ସମାନଙ୍କେର ଲଜ୍ଜାକୁ ଅନ୍ୟମାନଙ୍କ ସହିତ ବାଣ୍ଟିଲେ, ଯେଉଁମାନେ କବରକୁ ଗଲେ, ସେ ଶବମାନଙ୍କ ମଧିଅରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଲୋକାରଣ୍ୟର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍‍ଗ ଦ୍ଵାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇ ଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖା ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନିହତ ଲୋକମାନଙ୍କ ମଧ୍ୟରେ ତା’ ପାଇଁ ଗୋଟିଏ ଶଯ୍ୟା ପ୍ରସ୍ତୁତ କରିଅଛନ୍ତି। ସମସ୍ତ ଲୋକ ତା’ର କବରର ଚତୁର୍ଦ୍ଦିଗରେ ଅଛନ୍ତି। ସେହି ଅସୁନ୍ନତମାନେ, ଯେଉଁମାନେ ଖଣ୍ଡା ଦ୍ୱାରା ହତ ହୋଇଛନ୍ତି। କାରଣ ସେମାନଙ୍କ ଆତଙ୍କ ଜୀବିତମାନଙ୍କ ମଧ୍ୟରେ ବ୍ୟାପିଗଲା। ସେମାନେ ସେମାନଙ୍କର ଲଜ୍ଜାକୁ ଅନ୍ୟମାନଙ୍କ ସହିତ ବାଣ୍ଟିଲେ, ଯେଉଁମାନେ କବରକୁ ଗଲେ, ସେ ଶବମାନଙ୍କ ମଧ୍ୟରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇ ଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖା ଯାଇଅଛି।