Ezra 10:6 — Compare Translations
5 translations compared side by side
Odia - 1840
"ଏହାପରେ ଏଜ୍ରା ପରମେଶ୍ବରଙ୍କ ଗୃହ ସମ୍ମୁଖରୁ ଉଠିଗଲେ। ଏହାପରେ ଇଲିଯାଶୀବର ପୁତ୍ର ୟିହୋହାନନର କୋଠରୀକୁ ଗଲେ। ଏଜ୍ରା ସଠାେରେ ରହିବା ସମୟରେ ସେ କୌଣସି ଖାଦ୍ୟ ଖାଇ ନଥିଲେ, କି ଜଳପାନ କରିନଥିଲେ। ସେ ଏପରି କରିଥିଲେ କାରଣ ସେ ବହୁତ ଦୁଃଖିତ ଥିଲେ। ସେ ଇଶ୍ରାୟେଲମାନଙ୍କ ପାପ ପାଇଁ ବହୁତ ଦୁଃଖିତ ଥିଲେ ଯେଉଁମାନେ ୟିରୁଶାଲମକୁ ଫରେି ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରୁ ଉଠି ଇଲିୟାଶୀବର ପୁତ୍ର ଯିହୋହାନନର କୋଠରିକି ଗଲା; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ,ରୋଟୀ ଭୋଜନ କି ଜଳପାନ କଲା ନାହିଁ; କାରଣ ସେ ବନ୍ଦୀତ୍ଵର ଲୋକମାନଙ୍କ ସତ୍ୟଲଙ୍ଘନ ସକାଶୁ ଶୋକ କରୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠିଗଲେ। ଏହା ପରେ ଇଲିୟାଶୀବର ପୁତ୍ର ଯିହୋହାନନର କୋଠରୀକୁ ଗଲେ। ଏଜ୍ରା ସେଠାରେ ରହିବା ସମୟରେ ସେ କୌଣସି ଖାଦ୍ୟ ଖାଇ ନ ଥିଲେ, କି ଜଳପାନ କରି ନ ଥିଲେ। ସେ ଏପରି କରିଥିଲେ କାରଣ ସେ ବହୁତ ଦୁଃଖିତ ଥିଲେ। ସେ ଇସ୍ରାଏଲମାନଙ୍କ ପାପ ପାଇଁ ବହୁତ ଦୁଃଖିତ ଥିଲେ ଯେଉଁମାନେ ଯିରୁଶାଲମକୁ ଫେରି ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।