Galatians 1:10 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ଵା ଈଶ୍ଵରଙ୍କର ପ୍ରିୟପାତ୍ର ହେବାକୁ ଯନି କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସାାହୁଅନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ତୁମ୍ଭେମାନେ କ’ଣ ମନେ କରୁଛ ଯେ, ମୁଁ ମନୁଷ୍ୟମାନଙ୍କର ସମର୍ଥନ ଲାଭ କରିବା ପାଇଁ ଚେଷ୍ଟା କରୁଛି? ନା, କଦାପି ନୁହେଁ। ମୁଁ ଚାହେଁ କେବଳ ଈଶ୍ୱରଙ୍କ ସମର୍ଥନ। ମୁଁ କ’ଣ ଲୋକପ୍ରିୟ ହେବା ନିମନ୍ତେ ଇଚ୍ଛା କରୁଛି? ମୁଁ ଯଦି ଏ ପର୍ଯ୍ୟନ୍ତ ଲୋକପ୍ରିୟ ହେବାକୁ ଚେଷ୍ଟା କରୁଥାନ୍ତି, ତେବେ ମୁଁ ଆଜି ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଭାବୁଛ ଯେ, ଲୋକେ ମୋତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି? ନା! ଜଣେ ପରମେଶ୍ୱର ଅଛନ୍ତି, ମୁଁ କେବଳ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥା’ନ୍ତି, ତେବେ ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಜಾಲ್ಯಾರ್ ಅತ್ತಾ, ಕೊನಾಕ್ ಮಿಯಾ ಹೆ ಬರೆ ದಿಸಿ ಸಾರ್ಕೆ ಕರುಕ್ ಲಾಗ್ಲಾ ಮನುನ್ ತುಮ್ಕಾ ದಿಸ್ತಾ ಮಾನ್ಸಾಕ್ ಕಾಯ್ ದೆವಾಕ್? ಮಿಯಾ ಮಾನ್ಸಾಂಚ್ಯಾಕ್ನಾ ಹೊಗ್ಳುನ್ ಘೆವ್ಚೆ ಮನುನ್ ತುಮಿ ಚಿಂತಲ್ಲ್ಯಾಸಿ ಕಾಯ್? ಅನಿಬಿ ಮಿಯಾ ಮಾನ್ಸಾಂಚ್ಯಾಕ್ನಾ ಹೊಗ್ಳುನ್ ಘೆವ್ಚೆ ಹೊಲ್ಯಾರ್ ಮಿಯಾ ಕ್ರಿಸ್ತಾಚೊ ಸೆವಕ್ ನ್ಹಯ್.