Galatians 2:20 — Compare Translations
7 translations compared side by side
Odia - 1840
"ଅତଏବ ଏଲବ ମୁଁ ନିଲଜ ଜୀବିତ ନାହିଁ, ମାତ୍ରସମା ମଧିଅଲର ଯୀଶୁଖ୍ରୀଷ୍ଟ ଜୀବିତ ଅଛନ୍ତି।ସମାର ଶରୀର ମଧିଅଲର ମୁଁ ଏ ପର୍ୟ୍ଯନ୍ତ ଜୀବିତ ଅଛି ଓ ପରଲମଶ୍ବରଙ୍କ ପୁତ୍ରଙ୍କଠାସରସମାର ବିଶ୍ବାସ ପାଇଁ ମୁଁ ଜୀବିତ ଅଛି।ସସସମାଲତ ଭଲ ପାଇଲଲ।ସସସମା ଉଦ୍ଧାର ପାଇଁ ନିଜକୁ ସମର୍ପିତ କରିସଦଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ବର୍ତ୍ତମାନ ପ୍ରକୃତରେ ମୁଁ ଆଉ ଜୀବିତ ନୁହେଁ, ମୋ’ଠାରେ ଖ୍ରୀଷ୍ଟ ହିଁ ଜୀବନ୍ତ। ମୁଁ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛି, ତାହା କେବଳ ଈଶ୍ୱରଙ୍କ ପୁତ୍ରଙ୍କ ଉପରେ ମୋ’ ବିଶ୍ୱାସ ଦ୍ୱାରା ସମ୍ଭବ ହୋଇଛି - ଯିଏ ମୋତେ ପ୍ରେମ କରି ମୋ’ ପାଇଁ ତାଙ୍କ ପ୍ରାଣଦାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଏବେ ମୁଁ ନିଜେ ଜୀବିତ ନାହିଁ, ମାତ୍ର ମୋ’ ମଧ୍ୟରେ ଯୀଶୁ ଖ୍ରୀଷ୍ଟ ଜୀବିତ ଅଛନ୍ତି। ମୋର ଶରୀର ମଧ୍ୟରେ ମୁଁ ଏ ପର୍ଯ୍ୟନ୍ତ ଜୀବିତ ଅଛି ଓ ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ମୋର ବିଶ୍ୱାସ ପାଇଁ ମୁଁ ଜୀବିତ ଅଛି। ସେ ମୋତେ ଭଲ ପାଇଲେ। ସେ ମୋ’ ଉଦ୍ଧାର ପାଇଁ ନିଜକୁ ସମର୍ପିତ କରି ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಅತ್ತಾ ಜಿವನ್ ಕರುಕ್ ಲಾಗ್ಲಾ ತೊ ಮಿಯಾ ನ್ಹಯ್, ಕ್ರಿಸ್ತುಚ್ ಮಾಜ್ಯಾ ಭುತ್ತುರ್ ಜಿವನ್ ಕರುಕ್ ಲಾಗ್ಲಾ, ಶಾರಿರಿಕ್ ರಿತಿಚೆ ಜಿವನ್ ಮಿಯಾ ಕರುಕ್ ಲಾಗ್ಲಾ ತೆ ಮಿಯಾ ದೆವಾಚ್ಯಾ ಲೆಕಾಚ್ಯಾ ವರ್ತಿ ಥವಲ್ಲ್ಯಾ ವಿಶ್ವಾಸಾ ವೈನಾ ಜಿವನ್ ಕರುಕ್ ಲಾಗ್ಲಾ. ತೆನಿ ಮಾಜೊ ಪ್ರೆಮ್ ಕರ್ಲ್ಯಾನ್ ಅನಿ ಮಾಜ್ಯಾ ಸಾಟ್ನಿ ಅಪ್ನಾಕುಚ್ ಒಪ್ಸುನ್ ದಿಲ್ಯಾನ್.