Galatians 3:8 — Compare Translations

7 translations compared side by side

Odia - 1840
"ଶାସ୍ତ୍ରଗୁଡ଼ିକ ଏହା ମଧ୍ଯ କ ହେ ଯେ, ଭବିଷ୍ଯତ ରେ କ'ଣ ହବେ? ଲଖାେଅଛି, ପରମେଶ୍ବର ଅଣଯିହୂଦୀମାନଙ୍କୁ ମଧ୍ଯ ସମାନଙ୍କେର ବିଶ୍ବାସ ପାଇଁ ଧାର୍ମିକ କରିବେ। ସୁସମାଚାର ଅବ୍ରାହମଙ୍କୁ ଆଗରୁ କୁହାୟାଇଥିଲା। ଶାସ୍ତ୍ର କ ହେ: ପରମେଶ୍ବର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ଯବହାର କରିବେ।271"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଈଶ୍ଵର ବିଜାତିମାନଙ୍କୁ ବିଶ୍ଵାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା,‘‘ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ” ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଦ୍ୟରୁ ଧର୍ମଶାସ୍ତ୍ରରେ ସୂଚୀତ ହୋଇଛି ଯେ, ବିଶ୍ୱାସ ଦ୍ୱାରା ଈଶ୍ୱର ଅଣଇହୁଦୀମାନଙ୍କୁ ଧାର୍ମିକ ବୋଲି ବିବେଚନା କରିବେ। “ତୁମ ଦ୍ୱାରା ଈଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବେ” ଏହି ବାର୍ତ୍ତା ପ୍ରଥମେ ଅବ୍ରହାମଙ୍କ ନିକଟରେ ପ୍ରଚାର କରାଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରଗୁଡ଼ିକ ଏହା ମଧ୍ୟ କହେ ଯେ, ଭବିଷ୍ୟତରେ କ’ଣ ହେବ? ଲେଖାଅଛି, ପରମେଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ଧାର୍ମିକ କରିବେ। ସୁସମାଗ୍ଭର ଅବ୍ରାହମଙ୍କୁ ଆଗରୁ କୁହାଯାଇଥିଲା। ଶାସ୍ତ୍ର କହେ: “ପରମେଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ୟବହାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, "ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ''।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ದೆವ್ ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ವಿಶ್ವಾಸಾಚ್ಯಾ ವೈನಾ ನಿತಿವಂತ್ ಮನುನ್ ನಿರ್ನಯ್ ಕರ್‍ತಾ, ತೆಚ್ಯಾಸಾಟ್ನಿ ಪವಿತ್ರ್ ಪುಸ್ತಕ್ ಅಬ್ರಾಹಾಮಾಕ್ ಎಕ್ ಬರಿ ಖಬರ್ ಸಾಂಗ್ತಾ; “ತುಜ್ಯಾ ವೈನಾ ದೆವ್ ಸಗ್ಳ್ಯಾ ಬಾಶಾಂಚ್ಯಾ ಲೊಕಾಕ್ನಿ ಆಶಿರ್ವಾದ್ ದಿತಾ”.