Galatians 4:17 — Compare Translations

7 translations compared side by side

Odia - 1840
"ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦଖାେଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ଯ ରେ ନୁହେଁ। କାରଣ, ତାହାଦ୍ବାରା ସମାନେେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂ ରଇେ ନବୋକୁ ଇଚ୍ଛା କରନ୍ତି ଓ ସମାନଙ୍କେ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଞ୍ଚ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥିନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋʼଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଅନ୍ୟ ଲୋକମାନେ ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ଅତ୍ୟନ୍ତ ଆଗ୍ରହୀ ବୋଲି ଦେଖାଇ ହୁଅନ୍ତି। କିନ୍ତୁ ଏଥିରେ ସେମାନଙ୍କର ସତ୍ ଉଦ୍ଦେଶ୍ୟ ନାହିଁ।। ସେମାନଙ୍କର ଏକମାତ୍ର ଇଚ୍ଛା, ଯେପରି ତୁମ୍ଭେମାନେ ମୋ’ ପ୍ରତି ବିମୁଖ ହୋଇ ସେମାନଙ୍କ ପ୍ରତି ମନୋଯୋଗୀ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦେଖାଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ୟରେ ନୁହେଁ। କାରଣ, ତାହାଦ୍ୱାରା ସେମାନେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂରେଇ ନେବାକୁ ଇଚ୍ଛା କରନ୍ତି ଓ ସେମାନଙ୍କ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍‍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍‍ଯୋଗୀ ହୁଅ, ଏଥିନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋʼଠାରୁ ପୃଥକ୍ କରିବାକୁ ଇଚ୍ଛା କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍‍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍‍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಜೆ ಕೊನ್ ತುಮ್ಚ್ಯಾ ವರ್ತಿ ಉಮ್ಮೆದಿನ್ ರ್‍ಹಾತ್ಯಾತ್, ತಸೆಚ್ ತುಮಿಬಿ ತೆಂಚ್ಯಾ ವರ್‍ತಿ ಉಮ್ಮೆದಿನ್ ರ್‍ಹವ್ಚೆ ಮನುನ್ ತೆನಿ ಆಶಾ ಕರ್ತಾತ್.