Genesis 11:31 — Compare Translations
5 translations compared side by side
Odia - 1840
"ତରହେ ଆପଣା ପୁତ୍ର ଅବ୍ରାମକୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଂଗ ରେ ନଲୋ। ଏବଂ ସେ ସମସ୍ତ କଲଦୀଯମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ଯ ରେ ୟାତ୍ରା କରି ହାରଣ ନଗର ରେ ବସତି ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଙ୍ଗରେ ନେଲା। ଏବଂ ସେ ସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ବସତି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
Odia IRV 2017 (ଓଡିଆ ବାଇବେଲ)