Genesis 37:2 — Compare Translations
5 translations compared side by side
Odia - 1840
"ଏହା ହେଉଛି ଯାକୁବ ପରିବାରର ଇତିହାସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବଙ୍କର ବୃତ୍ତା; ଏହି । ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭ୍ରାତୃଗଣ ସହିତ ପଶୁପଲ ଚରାଉଥିଲା; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହେଉଛି ଯାକୁବଙ୍କ ପରିବାରର ଇତିହାସ। ଯୋଷେଫଙ୍କୁ ଯେତେବେଳେ ସତରବର୍ଷ ହୋଇଥିଲା, ସେ ମେଣ୍ଢା ଓ ଛେଳି ଚରାଉଥିଲେ। ଯୋଷେଫ ଏହି କାର୍ଯ୍ୟ ତାଙ୍କ ଭାଇମାନଙ୍କ ସହିତ କରୁଥିଲେ। ସେ ତାଙ୍କ ପିତାଙ୍କ ସ୍ତ୍ରୀ ବିଲହା ଓ ସିଳ୍ପାର ପୁତ୍ରମାନଙ୍କର ସାହାଯ୍ୟକାରୀ ଥିଲେ। ଯୋଷେଫ ତାଙ୍କର ପିତାଙ୍କୁ ଭାଇମାନଙ୍କର କୁକର୍ମ ବିଷୟରେ ସବୁ ଜଣାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
Odia IRV 2017 (ଓଡିଆ ବାଇବେଲ)