Hebrews 11:7 — Compare Translations

7 translations compared side by side

Odia - 1840
"କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ନୋହ ସେସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ଵନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି ସେହି ବିଶ୍ଵାସ ଦ୍ଵାରା ସେ ଜଗତକୁ ଦୋଷୀ କରି ବିଶ୍ଵାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସ ବଳରେ ନେହ ଅଦୃଶ୍ୟ ଭାବୀ ଘଟଣା ସମ୍ବଦ୍ଧରେ ଈଶ୍ୱରଙ୍କ ସତକପର୍ବାଣୀ ଶୁଣି ପାରିଥିଲେ। ସେ ଈଶ୍ୱରଙ୍କ ଆଦେଶ ପାଳନ କରି ଏକ ଜାହାଜ ପରିବାରବର୍ଗ ରକ୍ଷା ପାଇଥିଲେ। ଫଳରେ ଜଗତବାସୀ ଦଣ୍ଡିତ ହେଲେ, କିନ୍ତୁ ନୋହ ତାଙ୍କ ବିଶ୍ୱାସ ହେତ ଧାର୍ମକତାର ପୁରସ୍କାର ଲାଭ କଲେ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಿಶ್ವಾಸಾನುಚ್ ನೊಯೆನ್ ತವ್ಡ್ಯಾ ಪತರ್ ದಿಸಿನಸ್ತಾನಾ ಹೊತ್ತ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ದೆವಾಕ್ನಾ ಸಾಂಗ್ನಿ ಘೆವ್ನ್ ಭಕ್ತಿನ್ ಅಪ್ಲ್ಯಾ ಘರ್‍ಚ್ಯಾ ಲೊಕಾಂಚ್ಯಾ ರಾಕನಿ ಸಾಟ್ನಿ ಢೊನ್ ಬಾಂದ್ಲ್ಯಾನ್, ಅನಿ ಲೊಕಾಕ್ನಿ ಸಗ್ಳ್ಯಾಕ್ನಿ ಶಿಕ್ಷಾತ್ ಪಡ್ತಲೆ ಹೊಲ್ಲೆ ಮನುನ್ ದಾಕ್ವುನ್ ವಿಶ್ವಾಸಾಚೆ ಫಳ್ ಘೆವ್ಕ್ ಗುರಿ ಹೊಲೊ.