Hebrews 11:8 — Compare Translations
7 translations compared side by side
Odia - 1840
"ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସ ଦ୍ଵାରା ଅବ୍ରହାମ ଆହ୍ଵାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାର ସ୍ଵରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରି-ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ, ସେହି ଦେଶକୁ ଯିବା ପାଇଁ ସେ ଯେତେବେଳେ ତାଙ୍କୁ ଆହ୍ୱାନ କଲେ, ସେତେବେଳେ ଅବ୍ରାହାମ ବିଶ୍ୱାସରେ ଈଶ୍ୱରଙ୍କ ଆଜ୍ଞା ପାଳନ କରିଥିଲେ। ସେ କେଉଁଠାକୁ ଯାତ୍ରା କରୁଛନ୍ତି, ତାହା ନ ଜାଣି ସୁଦ୍ଧା ସ୍ୱଦେଶ ପରିତ୍ୟାଗ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ଯିବା ପାଇଁ ଡାକିଲେ। ପରମେଶ୍ୱର ତାହାଙ୍କୁ ସେହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ୱାସ ଦ୍ୱାରା ମାନିଲେ, ଓ ସେହି ସ୍ଥାନ ପାଇଁ ପ୍ରସ୍ଥାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬ್ರಾಹಾಮಾನ್ ವಿಶ್ವಾಸಾನುಚ್ ದೆವಾನ್ ಬಲ್ವಲ್ಲ್ಯಾ ತನ್ನಾ ತೆಜಿ ಗೊಸ್ಟ್ ಆಯ್ಕುನ್ ಅಪ್ನಿ ಘೆವ್ಚೆ ಹೊಲ್ಲ್ಯಾ ಜಾಗ್ಯಾರ್ ಗೆಲೊ, ಅಪ್ನಿ ಜಾವ್ಚೊ ಹೊಲ್ಲೊ ಜಾಗೊ ಖೈಯ್ ಹಾಯ್ ಮನುನ್ ಗೊತ್ತ್ ನಸ್ಲ್ಯಾರ್ಬಿ ತೊ ಜಾವ್ಕ್ ಲಾಗ್ಲೊ.