Hebrews 12:1 — Compare Translations
7 translations compared side by side
Odia - 1840
"ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ଵାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ଵାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟକରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ସାକ୍ଷୀମାନଙ୍କର ଏକ ବିରାଟ ଜନତା ଆମ ଚତୁର୍ଦ୍ଦିଗରେ ଘେରି ରହିଛନ୍ତି। ଅତଏବ ଆସ, ଯେଉଁସବୁ ବିଷୟ ଆମ୍ଭମାନଙ୍କର ଗତିରୋଧ କରୁଛୁ ଏବଂ ଯେଉଁସବୁ ପାପ ଆମ୍ଭମାନଙ୍କୁ ଟାଣି ଧରୁଛି, ସେ ସମସ୍ତ ପରିତ୍ୟାଗ କରି ଦୃଢ଼ସଂକଳ୍ପ ହୋଇ ଆମ ପାଇଁ ନିରୂପିତ ଦୌଡ଼ରେ ଆଗେଇ ଯିବା। ଏତିରେ ଯେ ଆମ୍ଭମାନଙ୍କର ଅଗ୍ରଗାମୀ ଯିବା। ଏଥିରେ ଯେ ଆମ୍ଭମାନଙ୍କର ଅଗ୍ରଗାମୀ,
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯୀଶୁଙ୍କ ଉଦାହରଣ ଅନୁସରଣ କରିବା ଉଚିତ୍ ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಭೊತ್ಯಾನಿ ವಿಶ್ವಾಸಾತ್ ಹೊತ್ತಿ ಉಲ್ಲಿ ಲೊಕಾ ಹಾತ್ ತೆಂಚೆ ಜಿವನಾತ್ ವಿಶ್ವಾಸಾತ್ ಕಾಯ್ ಮನುನ್ ಸಾಕ್ಷಿ ಸಾಂಗ್ತಾ, ಅಮಿ ತೆಚಾ ಸಾರ್ಕೆ ರ್ಹಾವ್ಚೆ ಅಮಿ ಕರುಚೆ ಮನುನ್ ಕರಲ್ಲೆ ಇಬೆ ರ್ಹಾಯ್ ನಸ್ತಾನಾ ಪಳುಚೆ ಅಮ್ಕಾ ಅಡ್ ಕರ್ತಲಿ ಸಂಗತ್ ಸಗ್ಳಿ ಅಮ್ಚ್ಯಾ ಜಿವನಾತ್ನಾ ಕಾಡುನ್ ಟಾಕುಚೆ ಅಮ್ಕಾ ಧರ್ತಲ್ಲ್ಯಾ ಪಾಪಾಕ್ನಾ ಅಮಿ ಸೊಡ್ವುನ್ ಘೆವ್ಚೆ.