Hebrews 12:25 — Compare Translations
7 translations compared side by side
Odia - 1840
"ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର; କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ଵର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ!
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ସାବଧାନ, ତାହାଙ୍କର କଥାକୁ ଅବଜ୍ଞା କର ନାହିଁ। ସ୍ୱର୍ଗରୁ ବାର୍ତ୍ତା ନେଇ ଆସି ପୃଥିବୀରେ ତାହାକୁ ପରିବେଷଣ କରିଥିବା ବ୍ୟକ୍ତିଙ୍କ ପ୍ରତି ଯେଉଁମାନେ କର୍ଣ୍ଣପାତ କଲେ ନାହିଁ, ସେମାନେ କେହି ରକ୍ଷା ପାଇ ନାହିଁନ୍ତି। ତା’ହେଲେ, ଏବେ ଯେ ସ୍ୱର୍ଗରେ ଥାଇ କଥା କହିଛନ୍ତି, ତାଙ୍କୁ ଉପେକ୍ଷା କଲେ ଆମେ କଅଣ ତ୍ରାହି ପାଇ ପାରିବା?
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!
Odia IRV 2017 (ଓଡିଆ ବାଇବେଲ)
ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರ್ಶಾಕಿನ್ ರ್ಹಾವಾ ತುಮ್ಚಾಕ್ಡೆ ಬೊಲ್ತಲ್ಯಾಕ್ ಆಯ್ಕುನ್ ಇನ್ಕಾರ್ ಕರುಚೆ ನ್ಹಯ್, ದೆವಾಚ್ಯಾ ನಾವಾನ್ ಜಗಾತ್ ಬೊಲ್ತಲ್ಯಾಕ್ ಆಯ್ಕುಕ್ ಇನ್ಕಾರ್ ಕರಲ್ಲ್ಯಾ ಇಸ್ರಾಯೆಲ್ ಕಾರಾಕ್ನಿ ತೆನಿ ಕರಲ್ಲ್ಯಾಚಿ ಶಿಕ್ಷಾ ಚುಕುಕ್ ನಾ, ತಸೆ ರ್ಹಾಲ್ಯಾರ್ ಸರ್ಗಾವೈನಾ ಬೊಲ್ತಲ್ಯಾಕ್ ಅಮಿ ಆಯ್ಕುಕ್ ಇನ್ಕಾರ್ ಕರ್ಲಾಂವ್ ತರ್ ಕವ್ಡಿ ಮೊಟ್ಟಿ ಶಿಕ್ಷಾ ಗಾವ್ತಾ ಅಸಿಲ್.