Hebrews 12:9 — Compare Translations
7 translations compared side by side
Odia - 1840
"ଏହି ପୃଥିବୀ ରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସମାନେେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦଖାଇେଲୁ। ଅତଏବ ଏହା ଅଧିକ ଗୁରୁତ୍ବପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ; ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଜାଗତିକ ପିତାମାନେ ଆମକୁ ଶାସ୍ତି ଦେଲେ ସୁଦ୍ଧା ଆମେ ସେମାନଙ୍କୁ ଭକ୍ତି କରୁ। ତାହାହେଲେ, ଆମ ସ୍ୱର୍ଗୀୟ ପାତାଙ୍କ ଶାସନର ବଶୀଭୂତ ହୋଇ ରହିବା କେତେ ଅଧିକ ବାଞ୍ଚାନୀୟ!
Odia Bible ERV 2004 (ପବିତ୍ର ବାଇବଲ)
ଏହି ପୃଥିବୀରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସେମାନେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦେଖାଇଲୁ। ଅତଏବ ଏହା ଅଧିକ ଗୁରୁତ୍ୱପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಕಾ ಶಿಕ್ಷಾ ದಿವ್ನ್ ಸಮಾ ವಾಟೆನ್ ಹಾನಿನಸಲ್ಲೆ ಆಂಗಾಕ್ ಸಮಂದ್ ಪಡಲೆ ಬಾಬಾ ಹಾತ್ ತೆಂಕಾ ಅಮಿ ಮಾನ್ ದಿತಾಂವ್, ತಸೆ ಹೊಲ್ಯಾರ್ ಆತ್ಮಿಕ್ ಬಾಬಾಕ್ ಸ್ವಿಕಾರ್ ಕರುನ್ ಜಿವ್ ಖಮ್ವುನ್ ಘೆವ್ವೆ ನ್ಹಯ್?