Hebrews 13:9 — Compare Translations
7 translations compared side by side
Odia - 1840
"ନାନା ପ୍ରକାରର ଅଜଣା ଶିକ୍ଷା ଦ୍ବାରା ଭୁଲ ବାଟରେ ପରିଚାଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ବାରା ନୁହେଁ, ବରଂ ପରମେଶ୍ବରଙ୍କ ଅନୁଗଅହ ଦ୍ବାରା ଶକ୍ତିଶାଳୀ ହବୋ ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ବାରା କିଛି ସାହାୟ୍ଯ ମିଳେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ଵାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ଵାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହୋଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନାନାଦି ଭ୍ରାନ୍ତିମୂଳକ ଧର୍ମଶିକ୍ଷା ତୁମ୍ଭମାନଙ୍କୁ ସତ୍ପଥରୁ ବିଚ୍ୟୁତ ନ କରୁ। ଈଶ୍ୱରଙ୍କ ଅନୁଗ୍ରହରୁ ଅନ୍ତରାତ୍ମା ପାଇଁ ଶକ୍ତି ସଂଗ୍ରହ କରିବା ମଙ୍ଗଳ, ଖାଦ୍ୟପେୟ ସମ୍ବନ୍ଧୀୟ ନିୟମ ପାଳନ ଦ୍ୱାରା ଏହା ହୋଇପାରେ ନାହିଁ।ଉକ୍ତ ବାହ୍ୟିକ ବିଧିସବୁ ପାଳନ କରୁଥିବା ଲୋକମାନେ ସେଥିରୁ କୌଣସି ଉପକାର ପାଇ ନାହିଁନ୍ନତି।
Odia Bible ERV 2004 (ପବିତ୍ର ବାଇବଲ)
ନାନା ପ୍ରକାରର ଅଜଣା ଶିକ୍ଷା ଦ୍ୱାରା ଭୁଲ୍ ବାଟରେ ପରିଗ୍ଭଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ୱାରା ନୁହେଁ, ବରଂ ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଶକ୍ତିଶାଳୀ ହେବା ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ୱାରା କିଛି ସାହାଯ୍ୟ ମିଳେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾ-ದುಸ್ರ್ಯಾ ಅನಿ ವಿಚಿತ್ರ್ ಶಿಕಾಪಾಕ್ನಿ ಮಳ್ಳ್ ಹೊವ್ನ್ ವ್ಹಾಕ್ಡ್ಯಾ ವಾಟೆಕ್ ಪರ್ತುನಕಾಶಿ, ಅಮ್ಚೊ ಭುತ್ತುರ್ಲೊ ಮನ್ ಅಮಿ ಕುರ್ಪೆನ್ ಘಟ್ ಕರಲ್ಲೆ ಬರೆ; ಖಾನಾಚ್ಯಾ ವಿಶಯಾತ್ ಅಸಲ್ಲ್ಯಾ ನೆಮಾ ಸಾರ್ಕೆ ನ್ಹಯ್, ತಿ ಪಾಳ್ಲ್ಯಾರ್ಬಿ ತೆಂಕಾ ತಿ ಕಸ್ಲ್ಯಾಬಿ ಉಪ್ಕಾರಾಕ್ ಪಡುಕ್ನಾತ್.