Hebrews 7:11 — Compare Translations
7 translations compared side by side
Odia - 1840
"ଲବେୀ ପରିବାରବର୍ଗଙ୍କ308 ଯାଜକମାନଙ୍କର ପଦ୍ଧତି ଅନୁଯାଯୀ ଲୋକଙ୍କୁ ବ୍ଯବସ୍ଥା ପ୍ରଦତ୍ତ ହାଇେଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ବାରା ଲୋକମାନଙ୍କୁ ଆଧ୍ଯାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ଯକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମଲ୍କୀଷଦକଙ୍କେ ଭଳି ଆଉ ଜଣେ ଯାଜକର ଆବଶ୍ଯକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ଵ ଅଧୀନରେ ଲୋକମାନେ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ଵ ଦ୍ଵାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଲେବୀୟମାନଙ୍କର ଯାଜକତ୍ୱକୁ ଭିତ୍ତି କରି ଇଶ୍ରାଏଲ ଜାତିକୁ ତାହାର ବ୍ୟବସ୍ଥା ପ୍ରଦତ୍ତ ହୋଇଥଲା। ଲେବୀୟମାନଙ୍କ କାର୍ଯ୍ୟ ଯଦି ଚୁଢ଼ାନ୍ତ ହୋଇଥାଆନ୍ତି, ତେବେ ହାରୋଣଙ୍କ ଉତ୍ତରାଧିକାରୀ ଏହି ଲେବୀ ଯାଜକମାନଙ୍କୁ ବାଦ୍ ଦିଆଯାଇ, ମଲ୍କିସେଦକଙ୍କ ଉତ୍ତରାଧିକାରୀ ରୂପେ ଅନ୍ୟ ଏକ ଯାଜକ ଗୋଷ୍ଠୀର ଆବଶ୍ୟକତା ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ପରିବାରବର୍ଗଙ୍କ ଯାଜକମାନଙ୍କର ପଦ୍ଧତି ଅନୁଯାୟୀ ଲୋକଙ୍କୁ ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ୱାରା ଲୋକମାନଙ୍କୁ ଆଧ୍ୟାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ୟକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମଲ୍କୀଷେଦକଙ୍କ ଭଳି ଆଉ ଜଣେ ଯାଜକର ଆବଶ୍ୟକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೆವಿಚ್ಯಾ ಘರಾನ್ಯಾಚ್ಯಾ ಯಾಜಕ್ ಕಾಮಾಚ್ಯಾ ವೈನಾ ಲೊಕಾಕ್ನಿ ದಿವ್ನ್ ಹೊತಾ, ಹೊಲ್ಯಾರ್ಬಿ ಯಾಜಕ್ ಕಾಮಾಕ್ನಾ ಲೊಕಾಕ್ನಿ ಆತ್ಮ್ಯಾನ್ ಸಂಪುರ್ನ್ ಕರುಕ್ ಹೊವ್ಕ್ ನಾ, ತಸೆ ಹೊವ್ನ್ ದುಸ್ರ್ಯಾ ನಮನಿಚೊ ಯಾಜಕ್ ಯೆತಲೊ ತೆಂಕಾ ಪಾಜೆಚ್ ಹೊವ್ನ್ ಹೊತ್ತೊ, ತಸೆ ಮಟ್ಲ್ಯಾರ್ ಮೆಲ್ಕಿಜೆದೆಕ್ ಸಾರ್ಕೊ ಯಾಜಕುಚ್ ಪಾಜೆ ಹೊಲ್ಲೊ, ಅನಿ ಆರೊನಾ ಸಾರ್ಕೊಸೊ ನ್ಹಯ್ ಮನ್ತಲೆ ಹೆಚೊ ಅರ್ಥ್.