Hebrews 9:15 — Compare Translations
7 translations compared side by side
Odia - 1840
"ଅତଏବ, ପରମେଶ୍ବରଙ୍କ ପାଖରୁ ଯୀଶୁଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ଯ ଯେପରି ପରମେଶ୍ବରଙ୍କ ଦ୍ବାରା ଆହୂତ ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହବେେ। ସମାନେେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳ ରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିବାଦ ରେ ଖ୍ରୀଷ୍ଟ ମୃତ୍ଯୁ ବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜ୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଆହୂତ ଲୋକମାନେ ଅନ; ଅଧିକାର ସମ୍ଵନ୍ଧୀୟ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି କାରଣରୁ ଖ୍ରୀଷ୍ଟ ହିଁ ନୂତନ ନିୟମ ସ୍ଥାପନ କରିଛନ୍ତି, ଯେପରି କି ଯେଉଁମାନେ ଈଶ୍ୱରଙ୍କ ଦ୍ୱାରା ଅହୁତ, ସେମାନେ ଈଶ୍ୱର ପ୍ରତିଜ୍ଞା କରିଥିାବ ଅନନ୍ତ ଆଶୀର୍ବାଦ ଲାଭ କରିବେ। ପ୍ରଥମ ନିୟମ ବଳବତ୍ତର ଥିବା ସମୟରେ, ଲୋକମାନେ ଯେଉଁସବୁ ପାପ ଦୋଷ କରିଥିଲେ, କେବଳ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ସେମାନେ ସେଥିରୁ ମୁକ୍ତି ମୃତ୍ୟୁ ଲାଭ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ପରମେଶ୍ୱରଙ୍କ ପାଖରୁ ଯୀଶୁ ଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ୟ ଯେପରି ପରମେଶ୍ୱରଙ୍କ ଦ୍ୱାରା ଆହୂତ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେବେ। ସେମାନେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିଦାନରେ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ୱରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಬಲ್ವಲ್ಲಿ ಲೊಕಾ ದೆವಾಕ್ನಾ ಗೊಸ್ಟಿಯಾ ಘೆಂವ್ದಿ ಮನುನ್ ಕ್ರಿಸ್ತಾನ್ ನ್ಹವೊ ಕರಾರ್ ಹಾನ್ಲ್ಯಾನ್, ದೆವಾಚಿ ಲೊಕಾ ತೆ ಶಾಸ್ವತ್ ಕರುನ್ ಘೆವ್ಕ್ ಹೊತಾ ಕಶ್ಯಾಕ್ ಮಟ್ಲ್ಯಾರ್, ಪೈಲೆಚ್ಯಾ ಕರಾರಾಚ್ಯಾ ವೆಳಾರ್ ಕರಲ್ಯಾ ಪಾಪಾಂತ್ನಾ ಲೊಕಾಕ್ನಿ ಸುಟ್ಕಾ ಕರುಕ್ ಸಾಟ್ನಿ ಕ್ರಿಸ್ತ್ ಖುರ್ಸಾರ್ ಮರ್ಲೊ.