Hosea 9:4 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କୁ ଦ୍ରାକ୍ଷାରସ ନବୈେଦ୍ଯ ଉତ୍ସର୍ଗ କରିବେ ନାହିଁ। ସମାନେେ ତାଙ୍କୁ ବଳିଦାନ ଉତ୍ସର୍ଗ କରିବେ ନାହିଁ। ସମାନଙ୍କେର ବଳିଦାନ ଉତ୍ସର୍ଗ ଶ୍ରାଦ୍ଧ ରେ ଖାଦ୍ୟ ଭକ୍ଷଣ ପରି ହବେ। ଯେ ଏହାକୁ ଭକ୍ଷଣ କରିବ ସେ ଅପବିତ୍ର ହବେ। ସମାନଙ୍କେର ରୋଟୀ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ ନାହିଁ। ସମାନେେ ନିଜେ ସହେି ରୋଟୀକୁ ଭକ୍ଷଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧା ତୃପ୍ତିର ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କୁ ଦ୍ରାକ୍ଷାରସ ନୈବେଦ୍ୟ ଉତ୍ସର୍ଗ କରିବେ ନାହିଁ। ସେମାନେ ତାଙ୍କୁ ବଳିଦାନ ଉତ୍ସର୍ଗ କରିବେ ନାହିଁ। ସେମାନଙ୍କର ବଳିଦାନ ଉତ୍ସର୍ଗ ଶ୍ରାଦ୍ଧରେ ଖାଦ୍ୟ ଭକ୍ଷ୍ୟଣ ପରି ହେବ। ଯେ ଏହାକୁ ଭକ୍ଷ୍ୟଣ କରିବ ସେ ଅପବିତ୍ର ହେବ। ସେମାନଙ୍କର ରୋଟୀ ସଦାପ୍ରଭୁଙ୍କ ମନ୍ଦିରକୁ ଯିବ ନାହିଁ। ସେମାନେ ନିଜେ ସେହି ରୋଟୀକୁ ଭକ୍ଷ୍ୟଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।