Isaiah 49:7 — Compare Translations
5 translations compared side by side
Odia - 1840
"ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ଵରୂପ ସଦାପ୍ରଭୁ ଏହି କଥା କହନ୍ତି, ବିଶ୍ଵାସନୀୟ ଓ ଇସ୍ରାଏଲର ଧର୍ମସ୍ଵରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା’ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।” This will happen for the LORD. The Holy One of Israel is the one who chose you, and he can be trusted.
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Odia IRV 2017 (ଓଡିଆ ବାଇବେଲ)