Isaiah 62:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ବାରା ଶପଥ କରିଛନ୍ତି, ଆମ୍ଭେ ତୁମ୍ଭର ଶସ୍ଯ ତୁମ୍ଭର ଶତ୍ରୁଗଣଙ୍କୁ ଶସ୍ଯ ନିମନ୍ତେ ନିଶ୍ଚଯ ଦବୋ ନାହିଁ ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ, ସହେି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣାର ଦକ୍ଷିଣ ହସ୍ତ ଓ ବଳବାନ ବାହୁ ଦ୍ଵାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ୱାରା ଶପଥ କରିଛନ୍ତି, “ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭର ଶତ୍ରୁଗଣଙ୍କୁ ଖାଦ୍ୟ ନିମନ୍ତେ ନିଶ୍ଚୟ ଦେବା ନାହିଁ ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ, ସେହି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, “ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।