Jeremiah 13:11 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ କହନ୍ତି, ମନୁଷ୍ଯର କଟି ଦେଶ ରେ ପଟୁକା ଯେପରି ସଂଲଗ୍ନ ଥାଏ, ସହେିପରି ଆମ୍ଭେ ସମୁଦାଯ ଇଶ୍ରାୟେଲ ଓ ସମୁଦାଯ ଯିହୁଦା ବଂଶକୁ ଆମ୍ଭର ଲୋକ ହାଇେ ଆମ୍ଭ ପାଇଁ କୀର୍ତ୍ତି, ପ୍ରଶଂସା ଓ ଗୌରବ ଆଣିବା ପାଇଁ ଆମ୍ଭଠା ରେ ସଂଲଗ୍ନ କରାଇଲୁ। ମାତ୍ର ସମାନେେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ ଓ କୀର୍ତ୍ତି ଓ ପ୍ରଶଂସା ଓ ଗୌରବ ସ୍ଵରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟି ଦେଶରେ ପଟୁକା ଯେପରି ସଂଲଗ୍ନ ଥାଏ, ସେହିପରି ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ ହୋଇ ଆମ୍ଭ ପାଇଁ କୀର୍ତ୍ତି, ପ୍ରଶଂସା ଓ ଗୌରବ ଆଣିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ। ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।”