Jeremiah 16:15 — Compare Translations

5 translations compared side by side

Odia - 1840
"କିନ୍ତୁ ସମୟ ଆସୁଛି, ଯେତବେେଳେ ସମାନେେ କହିବେ, 'ନିଶ୍ଚିତ ଭାବରେ ସଦାପ୍ରଭୁ ଅଛନ୍ତି, ୟିଏ କି ଇଶ୍ରାୟେଲୀୟମାନଙ୍କୁ ଉତ୍ତରରୁ ଓ ଯେଉଁଠା ରେ ସମାନେେ ଥିଲେ ସଠାରୁେ ଫରୋଇ ଆଣିଥିଲେ।' ସେତବେେଳେ ମୁଁ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଥିଲି, ସହେି ଦେଶକୁ ସମାନଙ୍କେୁ ପୁନର୍ବାର ଫରୋଇ ଦବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେ ଯେ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସମୟ ଆସୁଛି, ଯେତେବେଳେ ସେମାନେ କହିବେ, ‘ନିଶ୍ଚିତ ଭାବରେ ସଦାପ୍ରଭୁ ଅଛନ୍ତି, ଯିଏ କି ଇସ୍ରାଏଲୀୟମାନଙ୍କୁ ଉତ୍ତରରୁ ଓ ଯେଉଁଠାରେ ସେମାନେ ଥିଲେ ସେଠାରୁ ଫେରାଇ ଆଣିଥିଲେ।’ ସେତେବେଳେ ମୁଁ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲି, ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଫେରାଇ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ‘ଇସ୍ରାଏଲ-ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।