Jeremiah 37:17 — Compare Translations

5 translations compared side by side

Odia - 1840
"ତାହାପ ରେ ସିଦିକିଯ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହ ରେ ଗୋପନ ରେ ତାଙ୍କୁ ପଚାରିଲେ, ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ଯ ଆସିଅଛି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି? ତହିଁରେ ଯିରିମୀୟ କହିଲେ, ଆସିଅଛି । ସେ ଆହୁରି କହିଲେ, ଆପଣ ବାବିଲ-ରାଜାର ହସ୍ତରେ ସମର୍ପିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ ସିଦିକିୟ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହରେ ଗୋପନରେ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ଯିରିମିୟ ଉତ୍ତର କଲେ, “ହଁ, ସଦାପ୍ରଭୁଙ୍କଠାରୁ ବାର୍ତ୍ତା ଆସିଅଛି। ଆଉ ତୁମ୍ଭେ ବାବିଲ ରାଜା ହସ୍ତରେ ସମର୍ପିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି। ସେ ଆହୁରି କହିଲେ, ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?” ତହିଁରେ ଯିରିମୀୟ କହିଲେ, “ଆସିଅଛି।” ସେ ଆହୁରି କହିଲେ, “ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”