Jeremiah 38:17 — Compare Translations

5 translations compared side by side

Odia - 1840
"ତା'ପ ରେ ଯିରିମିୟ ରାଜା ସିଦିକିଯଙ୍କୁ କହିଲେ, ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ଯଦି ତୁମ୍ଭେ ବାବିଲ ରାଜାଙ୍କ ଅଧିପତିମାନଙ୍କ ବଶତା ସ୍ବୀକାର କରିବ, ତବେେ ତୁମ୍ଭେ ବଞ୍ଚିବ ଓ ଏହି ନଗର ଅଗ୍ନି ରେ ଦଗ୍ଧ ହବେ ନାହିଁ। ଆଉ ତୁମ୍ଭେ ଓ ତୁମ୍ଭର ପରିବାର ବଞ୍ଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରିମିୟ ରାଜା ସିଦିକିୟଙ୍କୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେ ବାବିଲ ରାଜାଙ୍କ ଅଧିପତିମାନଙ୍କ ବଶତା ସ୍ୱୀକାର କରିବ, ତେବେ ତୁମ୍ଭେ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦ‌ଗ୍‌ଧ ହେବ ନାହିଁ। ଆଉ ତୁମ୍ଭେ ଓ ତୁମ୍ଭର ପରିବାର ବଞ୍ଚିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।